www.samajalive.in
Wednesday, November 12, 2025
27.1 C
Bhubaneswar

ବାତ୍ୟା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ: ୧୦୦୦କୋଟିରୁ ଓଡ଼ିଶାକୁ ମିଳିବ ୫୦୦କୋଟି

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂତ୍ରର ବାତ୍ୟା ୟସ ସହାୟତା ନେଇ ଘୋଷଣା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାତ୍ୟା ସହାୟତା ଘୋଷଣା  କରିଛନ୍ତି। ବାତ୍ୟା ପାଇଁ ମୋଟ ୧୦୦୦କୋଟିର ସହାୟତା ଘୋଷଣା କରାଯାଇଛି। ସେଥିମଧ୍ୟରୁ ଓଡ଼ିଶାକୁ ୫୦୦କୋଟି ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ  ବାକି ୫୦୦କୋଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା ହୋଇଛି। ବାତ୍ୟା ୟସରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ ଗୁରୁତର ଆହତଙ୍କ ଲାଗି ୫୦ହଜାର ଟଙ୍କାର ସହାୟତା ଘୋଷଣା ହୋଇଛି। ଅପରପକ୍ଷରେ କ୍ଷୟକ୍ଷତି ଆକଳନ ଲାଗି କେନ୍ଦ୍ରୀୟ ଟିମ ଆସିବ। ଓଡ଼ିଶା ସମେତ ପ୍ରଭାବିତ ରାଜ୍ୟକୁ ଆନ୍ତଃମନ୍ତ୍ରାଳୟ ଟିମ ଗସ୍ତରେ ଯାଇ କ୍ଷୟକ୍ଷତି ଆକଳନ କରିବ ବୋଲି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମିଳିଥିବା ସୂଚନା ଅନୁଯାୟୀ ବାତ୍ୟା ୟସ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୋଟ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କରିଛନ୍ତି। ସେଥିରୁ ଓଡ଼ିଶା ପାଇଁ ୫୦୦ କୋଟି ଟଙ୍କାର ଘୋଷଣା କରାଯାଇଛି। ବାକି ୫୦୦ କୋଟି ଟଙ୍କା ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା କରାଯାଇଛି। ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବ। ଗୁରୁତର ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଘୋଷଣା କରାଯାଇଛି।

- Advertisement -

ବାତ୍ୟା ୟସ୍‌ରେ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବିଶେଷକରି ବାଲେଶ୍ୱର ଓ ଭଦ୍ରକ ଜିଲା ବେଶି ପ୍ରଭାବିତ ହୋଇଥିଲା। ଆଜି କ୍ଷୟକ୍ଷତି ଆକଳନ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିଥିଲେ। ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ସମୀକ୍ଷା ବୈଠକ କରିଥିଲେ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ମୁଖ୍ୟ ଶାସନ ସଚିବ ସୁରେଶଚନ୍ଦ୍ର ମହାପାତ୍ର, ପୁଲିସ୍ ମହାନିର୍ଦେଶକ ଅଭୟ ଓ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ କୁମାର ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ।

ବାତ୍ୟା କ୍ଷୟକ୍ଷତିର ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ଶୁକ୍ରବାର ଓଡ଼ିଶା ଗସ୍ତରେ ଆସିଥିଲେ। ବିମାନବନ୍ଦରଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ବତନ୍ତ୍ର ରିଲିଫ କମିଶନରଙ୍କୁ ନେଇ ଏକ ସମୀକ୍ଷା ବୈଠକ ବସିଥିଲା। ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ପାଇଁ ଦୀର୍ଘସୂତ୍ରୀ ବ୍ୟବସ୍ଥା କରିବା ଲାଗି ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ନିକଟ​‌ରେ ଦାବି କରିଥିଲେ।

Hot this week

ଦିଲ୍ଲୀ ବିସ୍ଫୋରଣ: ଡାକ୍ତରଖାନାରେ ଆହତଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ଘଟଣାରେ ଆହତ ହୋଇ ସ୍ଥାନୀୟ ଏଲଏନଜେପି...

ଏକ୍‌ଜିଟ୍‌ ପୋଲ୍‌କୁ ଖାରଜ କରିଛନ୍ତି ତେଜସ୍ୱୀ ଯାଦବ

ସମାଜ ଲାଇଭ୍ ଡେସ୍କ : ବିହାରରରେ ସମସ୍ତ ପର୍ଯ୍ୟାୟ ମତଦାନ ଶେଷ...

ନୂଆପଡ଼ା ଉପନିର୍ବାଚନରେ ଐତିହାସିକ ୮୩.୪୫% ମତଦାନ

ସମାଜଲାଇଭ ଡେସ୍କ: ନୂଆପଡ଼ା ଉପନିର୍ବାଚନରେ ଏଥର ରେକର୍ଡ ମତଦାନ ହୋଇଛି। ଚଳିତ...

ହସ୍ପିଟାଲରୁ ଡିସଚାର୍ଜ ହେଲେ ଧର୍ମେନ୍ଦ୍ର

ମୁମ୍ବାଇ: ସୁସ୍ଥ ହୋଇ ଘରକୁ ଫେରିଲେ ଭେଟେରାନ୍ ଅଭିନେତା ଧର୍ମେନ୍ଦ୍ର। ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା...ଆଉ ଗୋଟିଏ ଦିନ ବଢ଼ିଲା ଐତିହାସିକ କଟକ...

Related Articles

Popular Categories