www.samajalive.in
Monday, December 15, 2025
15.1 C
Bhubaneswar

କେନ୍ଦ୍ର ସରକାରଙ୍କ ଲୋକାଭିମୁଖୀ ଯୋଜନା ସାଧାରଣ ଜନତାଙ୍କ ନିକଟରେ ପହଞ୍ଚିବା ଦରକାର: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ ଶେଷ ହୋଇଛି। ଏହି ବୈଠକରେ ୩୪୨ ଜଣ ସଦସ୍ୟ ଯୋଗ ଦେଇଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଦଳର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ। ନିର୍ବାଚନ ପରବର୍ତ୍ତୀ ହିଂସା, କୃଷକ ଆନ୍ଦେଳନଠୁ ନେଇ ଆଗାମୀ ନିର୍ବାଚନ ପର୍ୟ୍ୟନ୍ତ ୧୮ଟି ପ୍ରସଙ୍ଗରେ ଉପରେ ବିଜେପିର ଜାତୀୟ କାର୍ୟ୍ୟନିର୍ବାହୀ ବୈଠକରେ ଆଲୋଚନା ହୋଇଥିଲା। ଏହିଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସାଧାରଣ ଜନତା ଓ କର୍ମୀଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ। କେନ୍ଦ୍ର ସରକାରଙ୍କ ସମସ୍ତ ଜନହିତକାରୀ ଓ ଲୋକାଭିମୁଖୀ ଯୋଜନା କିଭଳି ସାଧାରଣ ଜନତା ଓ କର୍ମୀଙ୍କ ନିକଟରେ ପହଞ୍ଚିପାରିବ ସେନେଇ ବିଜେପି ନେତାମାନେ ପ୍ରୟାସ ଜାରି ରଖିବା ଦରକାର। ଏଥିପାଇଁ ବିଜେପି ନେତାମାନେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

 

- Advertisement -

ଏହି ବୈଠକରେ ଆଗାମୀ ବର୍ଷରେ ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ, ମଣିପୁର, ଗୋଆ ଏବଂ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଆଲୋଚନା ହୋଇଛି । ୧୦୦ କୋଟି ଟିକାକରଣକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଉଦ୍ଦେଶ୍ୟରେ ଏକ ଧନ୍ୟବାଦ ପ୍ରସ୍ତାବ ମଧ୍ୟ ପାରିତ ହୋଇଛି । ଏହି ଦିନିକିଆ ବୈଠକରେ ଚଳିତ ବର୍ଷ ସରକାରଙ୍କ କରୋନା ମୁକାବିଲା, ଟିକାକରଣ ଏବଂ ଅର୍ଥନୀତିର ଉନ୍ନତି ପାଇଁ ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରାଯିବା ସହିତ ଭବିଷ୍ୟତରେ କରୋନା ମୁକାବିଲା ଦିଗରେ ଉଚିତ ପଦକ୍ଷେପ ପାଇଁ ଆଲୋଚନା କରାଯାଇଛି।
ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସମେତ ବହୁ ରାଷ୍ଟ୍ରୀୟ ନେତୃବୃନ୍ଦ, ରାଜ୍ୟର ପାର୍ଟି ଅଧ୍ୟକ୍ଷ ଓ ମହାସଚିବ ସାମିଲ ହୋଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories