www.samajalive.in
Saturday, December 6, 2025
16.1 C
Bhubaneswar

ଟୋକିଓ ଅଲିମ୍ପିକ୍ସରେ ଶ୍ରେଷ୍ଠ ପ୍ରଦର୍ଶନ ସହ ପଦକ ଜିତିବାକୁ ଖେଳାଳିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ

ନୂଆଦିଲ୍ଲୀ: ଭାରତୀୟ କ୍ରୀଡ଼ାବିତଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା। ଆଜି କ୍ରୀଡ଼ାବିତଙ୍କ ସହ ପ୍ରଧାନମନ୍ତ୍ରୀ ଭିଡିଓ କନ୍‌ଫରେନସିଂରେ କଥା ହେଉଛନ୍ତି। ଏଥିରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଖେଳାଳି ସାମିଲ। କେନ୍ଦ୍ର କ୍ରୀଡ଼ାମନ୍ତ୍ରୀଙ୍କ ସମେତ କ୍ରୀଡ଼ା ବିଭାଗର ଅଧିକାରୀ ଉପସ୍ଥିତ। ଏହି ଅବସରରେ ଓଡ଼ିଶାର ଖେଳାଳି ଦୂତି ଚାନ୍ଦଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଥିଲେ। ଟୋକିଓ ଅଲିମ୍ପିକ୍ସରେ ଦୂତି ଚାନ୍ଦ(ସ୍ପ୍ରିଣ୍ଟର) ୧୦୦ ଓ ୨୦୦ ମିଟର ଦୌଡ଼ରେ ଅଂଶଗ୍ରହଣ କରିବେ। ୨୦୧୬ ରିଓ ଅଲିମ୍ପିକ୍ସରେ ଦୂତି ଚାନ୍ଦ ଭାଗ ନେଇଥିଲେ। କ୍ରମାଗତ ଭାବେ ଦୂତି ଚାନ୍ଦ ଦ୍ବିତୀୟ ଥର ପାଇଁ ଅଲିମ୍ପିକ୍ସରେ ଭାଗ ନେଉଛନ୍ତି।

ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ଟୋକିଓରେ ହେବ ଅଲମ୍ପିକ୍ସ। ୧୮ଟି ଇଭେଣ୍ଟ ପାଇଁ ୧୨୬ ଭାରତୀୟ ଖେଳାଳି ଅଲିମ୍ପିକ୍ସ ଯିବେ। ଭିଡିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଖେଳାଳିଙ୍କୁ ଶୁଭାଶିଷ, ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ। ଖେଳାଳିଙ୍କୁ ସେମାନଙ୍କ ପ୍ରସ୍ତୁତି ସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଚାରି ବୁଝିଲେ। ଟୋକିଓ ଅଲିମ୍ପିକ୍ସରେ ନିଜର ଶ୍ରେଷ୍ଠ ପ୍ରଦର୍ଶନ ସହ ଦେଶ ପାଇଁ ଅଲିମ୍ପିକ୍ସ ପଦକ ଜିତିବା ପାଇଁ ପ୍ରଧାନମନ୍ତ୍ରୀ ଖେଳାଳିମାନଙ୍କୁ ଆହ୍ବାନ ଦେଇଥିଲେ। ପ୍ରତ୍ୟେକ ଖେଳାଳିଙ୍କୁ ସେମାନଙ୍କ ପ୍ରସ୍ତୁତି ଓ ସମସ୍ୟା ସମ୍ପର୍କରେ ପଚାରିଥିଲେ। ଖେଳାଳିଙ୍କୁ ଦେଶର ଗୌରବ ବଢ଼ାଇବାକୁ କହିଲେ ପ୍ରଧାନମନ୍ତ୍ରୀ। ଏହି କାର୍ଯ୍ୟକ୍ରମରେ ଖେଳାଳିମାନଙ୍କ ସହିତ ସେମାନଙ୍କ ପରିବାର ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। ଭିଡିଓ କନଫରେନସିଂ ମାଧ୍ୟମରେ ଖେଳାଳିଙ୍କ ପରିବାର ସଦସ୍ୟଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories