www.samajalive.in
Monday, December 8, 2025
24.1 C
Bhubaneswar

କୋଭିଡ୍ ଓ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ଦ୍ବିତୀୟ କରୋନା ଲହର ପ୍ରଭାବରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ଗତବର୍ଷ କରୋନାର ପ୍ରଥମ ଲହରରେ ଦେଶ ଯେତିକି ପ୍ରଭାବିତ ହୋଇ ନଥିଲା ଏବେ କରୋନାର ଦ୍ବିତୀୟ ଲହର ଦ୍ବାରା ତା’ଠରୁ ଅଧିକ ସଂଗୀନ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଦୈନିକ କରେନା ସଂକ୍ରମଣ ସବୁ ରେକର୍ଡ ଭାଙ୍ଗି ଏକ ଲକ୍ଷ ଟପି ଯାଇଛି। ଦିନକୁ ଦିନ ଦେଶରେ କରୋନା ସ୍ଥିତି ଉଗ୍ର ହେଉଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଦେଶର ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ। ଆସନ୍ତା ଅପ୍ରିଲ୍‌ ୮ରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଆଲୋଚନା କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଭିଡ୍ ଓ ଟିକାକରଣ ନେଇ ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି।

ବିଭିନ୍ନ ରାଜ୍ୟଗୁଡ଼ିକର କରୋନା ସ୍ଥିତି ଓ ଟିକାକରଣ କାର୍ଯ୍ୟକ୍ରମ କିଭଳି ଚାଲିଛି ତାହା ହିଁ ବୈଠକ ମୁଖ୍ୟ ଏଜେଣ୍ଡା ରହିଛି। ସେହିପରି କରୋନାର ଦ୍ବିତୀୟ ସଂକ୍ରମଣକୁ ରୋକିବା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇ ପାରିବ, ସେ ବିଷୟରେ ମଧ୍ୟ ଆଲୋଚନା କରାଯିବ। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରିଷ୍ଠ ଅଧିକାରୀମାନଙ୍କ ସହ ବୈଠକରେ ଆଲୋଚନା କରିଥିଲେ। ଏଥିରେ ଗୋଷ୍ଠୀ ସଚେତନା ଉପରେ ଧ୍ୟାନ ଦେବାକୁ ମୋଦି କହିଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories