www.samajalive.in
Saturday, December 6, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

ନୂଆଦିଲ୍ଲୀ : ଆଜି ଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦବୋଧନ ଦେଇଛନ୍ତି।
ଆୟୋଜିତ କାର୍ୟ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ୨୦୪୭ ମସିହାରେ ଯେତେବେଳେ ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ, ସେତେବେଳେ ଆମେ ଦେଶରେ କେଉଁ ପ୍ରକାର ନ୍ୟାୟ ବ୍ୟବସ୍ଥା ଦେଖିବାକୁ ଚାହିଁବୁ? ଆମେ କିପରି ଆମର ନ୍ୟାୟିକ ବ୍ୟବସ୍ଥାକୁ ଏତେ ସକ୍ଷମ କରିପାରିବା ଯେ ଏହା ୨୦୪୭ ର ଭାରତର ଆକାଂକ୍ଷାକୁ ପୂରଣ କରିପାରିବ, ଏହି ପ୍ରଶ୍ନ ଆଜି ଆମର ପ୍ରାଥମିକତା ହେବା ଉଚିତ୍ ।ଏହି କାର୍ୟ୍ୟକ୍ରମରେ ପ୍ରଧାନ ବିଚାରପତି ଏନ.ଭି ରମଣନା ମଧ୍ୟ ଉପସ୍ଥିତ ଥିଲେ।
ଅଦାଲତରେ ସ୍ଥାନୀୟ ଭାଷାକୁ ପ୍ରୋତ୍ସାହନ ଦିଆଗଲେ ସାଧାରଣ ନାଗରିକଙ୍କ ଆତ୍ମବିଶ୍ୱାସ ବୃଦ୍ଧି କରିବା ସହ ସେମାନଙ୍କ ବିଚାର ବ୍ୟବସ୍ଥା ସହିତ ସଂଶ୍ଳିଷ୍ଟ ହୋଇଥିବା ପରି ଅନୁଭବ ହେବ ବୋଲି ମୋଦୀ କହିଛନ୍ତି। କେନ୍ଦ୍ର ସରକାର ୧୪୫୦ଟି ଅପ୍ରାସଙ୍ଗିକ ଆଇନ ଉଚ୍ଛେଦ କରିଥିବା ବେଳେ ରାଜ୍ୟ ସରକାରମାନେ ସେଥିରୁ ୭୫ଟି ଆଇନ ଉଚ୍ଛେଦ କରିଛନ୍ତି ବୋଲି ସମ୍ମିଳନୀରେ ସରକାରଙ୍କୁ ପ୍ରଂଶସା କରି ପ୍ରଧାନମନ୍ତ୍ରୀ କହିଛନ୍ତି। ୨୦୧୫ରେ ଆମେ ଏଭଳି ୧୮୦୦ ଅପ୍ରାସଙ୍ଗିକ ଆଇନ ଚିହ୍ନଟ କରିଥିଲୁ ସେଥିମଧ୍ୟରୁ ୧୪୫୦ ଆଇନକୁ କେନ୍ଦ୍ର ସରକାର ଉଚ୍ଛେଦ କରିଛନ୍ତି। ଏହାସହ ରାଜ୍ୟ ସରକାର ସେଭଳି ୭୫ଟି ଆଇନ ଉଚ୍ଛେଦ କରିଛନ୍ତି। ଭାରତ ସ୍ୱାଧୀନତାର ୭୫ ତମ ବାର୍ଷିକୀ ପାଳନ କରୁଥିବା ବେଳେ ସମସ୍ତଙ୍କୁ ତୁରନ୍ତ ବିଚାର ମିଳିପାରିବା ଭଳି ନ୍ୟାୟିକ ବ୍ୟବସ୍ଥା ସୃଷ୍ଟି କରାଯିବା ଉପରେ ଧ୍ୟାନ ଦିଆଯିବା ଉଚିତ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଏହି ଅବସରରେ ଭାରତର ପ୍ରଧାନ ବିଚାରପତି ଏନ.ଭି.ରମନା କହିଛନ୍ତି, ରାଷ୍ଟ୍ରର ତିନୋଟି ଅଙ୍ଗ ମଧ୍ୟରେ ସମ୍ବିଧାନ କ୍ଷମତାର ପୃଥକୀକରଣ ବ୍ୟବସ୍ଥା କରିଛି। କର୍ତ୍ତବ୍ୟ ନିର୍ବାହ କରିବା ସମୟରେ ସମସ୍ତେ ଲକ୍ଷଣ ରେଖା ପ୍ରତି ଧ୍ୟାନ ଦେବା ଉଚିତ।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories