www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀ ଚୁଡାନ୍ତ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ସୋମବାର ଓଡ଼ିଶା ଗସ୍ତରେ ଆସୁଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟସୂଚୀ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୪ ତାରିଖ ଅପରାହ୍ନ ୧.୦୫ରେ ସ୍ୱତନ୍ତ୍ର ବିମାନ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବେ । ସେଠାରୁ ହେଲିକ୍ୟାପ୍ଟର ଯୋଗେ ୧ଟା ୪୦ ରେ ଭୁବନେଶ୍ୱର ଆଇଆଇଟି ଯିବେ । ସେଠାରେ ପହଞ୍ଚି ୧.୪୦ରୁ ୨.୨୦ ମଧ୍ୟରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ପରେ ପରେ ଖୋର୍ଦ୍ଧା ନାଇଜର୍‌ ଷ୍ଟାଡିୟମ୍‌ରେ ଆୟୋଜିତ ସାଧାରଣ ଜନସଭା ସମ୍ବୋଧିତ କରିବେ । ଅପରାହ୍ନ ୪ଟାରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ଜୋରଦାର ପ୍ରସ୍ତୁତି ଚାଲିଛି । ଦିନିକିଆ ଓଡ଼ିଶା ଗସ୍ତ ବେଳେ ୧୪ ହଜାର ୫୨୩ କୋଟି ଟଙ୍କା ପ୍ରକଳ୍ପର ଲୋକାର୍ପଣ ଓ ଶୁଭାରମ୍ଭ କରିବେ । ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସର ଲୋକାର୍ପଣ, ବ୍ରହ୍ମପୁରରେ ବିଶ୍ୱସ୍ତରୀୟ ଆଇଜରର ଶିଳାନ୍ୟାସ, ଉର୍ଜ୍ଜା ଗଙ୍ଗା ଯୋଜନାରେ ପାରାଦୀପ-ହାଇଦ୍ରାବାଦ ମଧ୍ୟରେ ପାଇପଲାଇନ କାମର ଶୁଭାରମ୍ଭ, ଭୁବନେଶ୍ୱରରେ ୧୦୦ ଶଯ୍ୟା ବିଶିଷ୍ଟ ଇଏସଆଇ ହସପିଟାଲର ଶିଳାନ୍ୟାସ, ଏନଏଚ-୧୬ ଚଣ୍ଡିଖୋଲ-ଭଦ୍ରକର ୬ ଲେନ୍ ଓ କଟକ-ଅନୁଗୋଳ ୪ ଲେନ୍ ରାସ୍ତାର କାମର ଶୁଭାରମ୍ଭ, ପାଇକବିଦ୍ରୋହ ସ୍ମାରକୀ ମୁଦ୍ରା, ଡାକ ଟିକେଟ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟରେ ପାଇକ ବିଦ୍ରୋହ ଗବେଷଣା ଚେୟାରର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories