www.samajalive.in
Saturday, December 6, 2025
23.1 C
Bhubaneswar

ବାବାସାହେବ ଆମ୍ବେଦକରଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜ୍ଞାପନକଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତୀୟ ସମ୍ବିଧାନର ପ୍ରଣେତା ଭାରତରତ୍ନ ଡ.ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍‍ କରି କହିଛନ୍ତି, ସମାଜର ଅବହେଳିତ ବର୍ଗଙ୍କୁ ମୁଖ୍ୟସ୍ରୋତକୁ ଆଣିବା ଦିଗରେ ବାବାସାହେବଙ୍କ ସଂଗ୍ରାମ ପ୍ରତ୍ୟେକ ପିଢି ପାଇଁ ଉଦାହରଣ ହୋଇ ରହିବ।


୧୮୯୧ ଏପ୍ରିଲ ୧୪ ତାରିଖରେ ଜନ୍ମିତ ବାବାସାହେବ ଆମ୍ବେଦକର ଜଣେ ଭାରତୀୟ ଆଇନଜ୍ଞ, ଅର୍ଥନୀତିଜ୍ଞ, ରାଜନୀତିଜ୍ଞ ଏବଂ ସମାଜ ସଂସ୍କାରକ ଥିଲେ। ସେ ଦଳିତଙ୍କ ପ୍ରତି ହେଉଥିବା ସାମାଜିକ ପାତର ଅନ୍ତରକୁ ତୀବ୍ର ବିରୋଧ କରିବା ସହିତ ମହିଳା ଓ ଶ୍ରମିକବର୍ଗଙ୍କର ସ୍ୱାର୍ଥ ସୁରକ୍ଷିତ ରଖିବା ଦିଗରେ ପ୍ରୟାସୀ ଥିଲେ। ୧୯୫୬ ଡିସେମ୍ବର ୬ ତାରିଖରେ ତାଙ୍କର ପରଲୋକ ଘଟିଥିଲା। ସ୍ୱାଧୀନ ଭାରତର ନୂତନ ସମ୍ବିଧାନ ପ୍ରଣେତା ଭାବେ ସେ ସୁପରିଚିତ। ୧୯୯୦ରେ ତାଙ୍କୁ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତରତ୍ନରେ ଭୂଷିତ କରାଯାଇଥିଲା।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories