www.samajalive.in
Monday, December 8, 2025
17.1 C
Bhubaneswar

କୋଭିଡ ସମୟରେ ଶିକ୍ଷକମାନଙ୍କ ଭୂମିକା ଅତୁଳନୀୟ ଥିଲା – ପ୍ରଧାନମନ୍ତ୍ରୀ

ଗୁରୁଦିବସ ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ କୋଭିଡ ମହାମାରୀ ସମୟରେ ଶିକ୍ଷକମାନେ ଯେଭଳି ଅଭିନବ ପନ୍ଥା ଆପଣେଇଲେ ଓ ଶିକ୍ଷାଦାନ ନିଶ୍ଚିତ କଲେ ତାହା ପ୍ରଶଂସନୀୟ। ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଶିକ୍ଷାବିତ୍ ଡଃ ସର୍ବେପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମ ଦିବସକୁ ପ୍ରତିବର୍ଷ ଗୁରୁଦିବସ ଭାବରେ ପାଳନ କରାଯାଏ।


ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଡଃ ସର୍ବେପଲ୍ଲୀ ରାଧାକୃଷ୍ଣନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଏକ ଟୁଇଟ୍‌ରେ କହିଛନ୍ତି, ‘ମୁଁ ତାଙ୍କ ଜୟନ୍ତୀରେ ଡକ୍ଟର ଏସ୍ ରାଧାକୃଷ୍ଣନଙ୍କୁ ସମ୍ମାନ ଜଣାଇଛି ଏବଂ ଆମ ଦେଶ ପାଇଁ ତାଙ୍କର ଅବଦାନକୁ ମନେ ପକାଉଛି। ଅନ୍ୟ ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ‘ସମାଜରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରୁଥିବା ଶିକ୍ଷକ ସମାଜକୁ ମୁଁ ଶୁଭେଚ୍ଛା ଜଣାଉଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories