www.samajalive.in
Sunday, December 7, 2025
15.1 C
Bhubaneswar

କୃଷକଙ୍କୁ ମିଳିଲା ପିଏମ୍-କିଷାନର ୯ମ କିସ୍ତି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ୍-କିଷାନ) ଯୋଜନାର ୯ କିସ୍ତି ଟଙ୍କା ସୋମବାର ଦେଶର ୯.୭୫କୋଟି କୃଷକଙ୍କୁ ପ୍ରଦାନ କରାଯାଇଛି। ପ୍ରତି କୃଷକଙ୍କୁ ୨୦୦୦ ଟଙ୍କା ଲେଖାଏଁ ମୋଟ ୧୯,୫୦୯ କୋଟି ଟଙ୍କା କୃଷକ ବ୍ୟାଙ୍କ ଖାତାରେ ଜମା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କିସ୍ତି ଟଙ୍କା ପ୍ରଦାନ କରିବା ସହ ହିତାଧିକାରୀ କୃଷକଙ୍କ ସହିତ କଥା ହୋଇଥିଲେ। ସେ କହିଛନ୍ତି ଯେ ଭାରତ ପ୍ରଥମ କରି କୃଷିଜାତ ସାମଗ୍ରୀ ରପ୍ତାନି କ୍ଷେତ୍ରରେ ବିଶ୍ବର ପ୍ରମୁଖ ୧୦ଟି ରାଷ୍ଟ୍ର ମଧ୍ୟରେ ସ୍ଥାନ ପାଇପାରିଛି। ତେବେ ଖାଇବା ତେଲ ଉତ୍ପାଦନ କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭର କରିବା ଲାଗି କୃଷକଙ୍କୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ସୂଚନାଯୋଗ୍ୟ ପିଏମ୍-କିଷାନ ଯୋଜନାରେ ପ୍ରତିବର୍ଷ ପ୍ରତ୍ୟେକ କୃଷକଙ୍କୁ ୬୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଉଛି। ଏହି ଅର୍ଥକୁ ୨୦୦୦ ଟଙ୍କା ଲେଖାଏଁ ତିନିଟି କିସ୍ତିରେ ପ୍ରଦାନ କରାଯାଉଛି। ଏହାଦ୍ବାରା କୃଷକଙ୍କ ରୋଜଗାର ବୃଦ୍ଧି ପାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories