www.samajalive.in
Wednesday, December 10, 2025
15.1 C
Bhubaneswar

ବାତ୍ୟା ‘ୟାସ’ର ପ୍ରଭାବ ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ବୈଠକ

ନୂଆଦିଲ୍ଲୀ : ବାତ୍ୟା ‘ୟାସ’ ର ପ୍ରଭାବ ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଗୁରୁବାର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତୁତି, କ୍ଷୟକ୍ଷତି ଆକଳନ ଏବଂ ତତ୍ ସଂକ୍ରାନ୍ତ ବିଷୟର ବିଭିନ୍ନ ଦିଗ ଉପରେ ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ସମ୍ମୁଖରେ ଏକ ବିସ୍ତୃତ ରିପୋର୍ଟ ଉପସ୍ଥାପନା କରିଥିଲେ। ଓଡ଼ିଶା ଓ ପଶ୍ଚିମବଙ୍ଗରେ ୪୬ଟି ଲେଖାଏଁ ଦଳ ସହିତ ଏନଡିଆରଏଫର ମୋଟ ୧୦୬ଟି ଦଳ ନିୟୋଜିତ କରାଯାଇଥିଲା। ଏମାନେ ଏକ ହଜାରରୁ ଅଧିକ ଲୋକଙ୍କୁ ଉଦ୍ଧାର କରିବା ସହିତ ରାସ୍ତାରେ ଉପୁଡି ପଡ଼ିଥିବା ୨୫୦୦ ଗଛ/ବିଦ୍ୟୁତ ଖୁଣ୍ଟ ହଟାଇବା ପାଇଁ ପଦକ୍ଷେପ ନେଇଥିଲେ। ସ୍ଥଳ ସେନା ଓ ତଟରକ୍ଷୀ ବାହିନୀ ପକ୍ଷରୁ ଅସହାୟ ଲୋକମାନଙ୍କୁ ଉଦ୍ଧାର କରାଯାଇଥିବା ବେଳେ ନୌସେନା ଓ ବାୟୁସେନାକୁ ସଜାଗ ରଖାଯାଇଥିଲା।
ବାତ୍ୟା ‘ୟାସ’ ଯିବା ପରେ ରାଜ୍ୟଗୁଡ଼ିକ ପକ୍ଷରୁ କ୍ଷୟକ୍ଷତି ଆକଳନ ଆରମ୍ଭ କରାଯାଇଛି। ପ୍ରାଥମିକ ରିପୋର୍ଟରୁ ଯାହା ଜଣାଯାଇଛି, ସଠିକ୍ ପୂର୍ବାନୁମାନ, ପ୍ରଭାବିତ ଅଞ୍ଚଳରେ ଲୋକମାନଙ୍କୁ ପ୍ରଭାବୀ ଢଙ୍ଗରେ ସୂଚନା ପ୍ରଦାନ କରିବା ଓ ଠିକଣା ସମୟରେ ଉଦ୍ଧାର କରିବା ଲାଗି ରାଜ୍ୟ ଓ କେନ୍ଦ୍ର ସରକାରୀ ଏଜେନ୍ସିଗୁଡ଼ିକ ସୁନିଶ୍ଚିତ ପଦକ୍ଷେପ ନେବା ଯୋଗୁଁ ଧନଜୀବନ ହାନୀକୁ ସର୍ବନିମ୍ନ ସ୍ତରରେ ରଖାଯାଇ ପାରିଛି। ତେବେ, ବର୍ଷା ଓ ବନ୍ୟା କାରଣରୁ, କ୍ଷୟକ୍ଷତି ହୋଇଛି, ଯାହାକୁ ଏବେ ଆକଳନ କରାଯାଉଛି। ଅଧିକାଂଶ ପ୍ରଭାବିତ ଅଞ୍ଚଳରେ ବିଦ୍ୟୁତ ଓ ଟେଲିଯୋଗାଯୋଗ ସେବାକୁ ସ୍ବାଭାବିକ କରାଯାଇପାରିଛି।
ବାତ୍ୟା ଯୋଗୁ ଦେଖାଦେଇଥିବା ଆହ୍ବାନର ମୁକାବିଲା କରିବାରେ କେନ୍ଦ୍ର ଓ ରାଜ୍ୟ ସରକାରୀ ଏଜେନ୍ସିଗୁଡ଼ିକ ପ୍ରଭାବୀ ଓ ସକ୍ରିୟ ଭୂମିକା ଗ୍ରହଣ କରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି। ତେବେ ପ୍ରଭାବିତ ଅଞ୍ଚଳରେ ସାଧାରଣ ଜନଜୀବନକୁ ସ୍ବାଭବିକ କରିବା ଦିଗରେ ତ୍ବରିତ ପଦକ୍ଷେପ ଗ୍ରହଣ କରିବା ଲାଗି ସେ ସମ୍ପୃକ୍ତ ଏଜେନ୍ସିଗୁଡ଼ିକୁ ପରାମର୍ଶ ଦେଇଥିଲେ। ସେହିପରି ବାତ୍ୟା ଦ୍ବାରା ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ଉପଯୁକ୍ତ ଭାବେ ସହାୟତା ଯୋଗାଇ ଦେବା ନିମନ୍ତେ ପ୍ରଧାନମନ୍ତ୍ରୀ ପରାମର୍ଶ ଦେଇଥିଲେ।
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, କ୍ୟାବିନେଟ ସଚିବ, ଗୃହ ସଚିବ, ଶକ୍ତି ସଚିବ, ଟେଲି ଯୋଗାଯୋଗ ସଚିବ, ଆଇଏମଡି ଡିଜିଙ୍କ ସମେତ ଅନ୍ୟ ବରିଷ୍ଠ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories