www.samajalive.in
Friday, December 5, 2025
23.1 C
Bhubaneswar

ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର ପ୍ରତୀକ

ସମାଜ ଲାଇଭ ଡ଼େସ୍କ: ଶ୍ରୀରାମ ମନ୍ଦିରରେ ଧର୍ମଧ୍ବଜା ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହି ଅବସରରେ ମୋଦୀ କହିଛନ୍ତି ଧର୍ମଧ୍ବଜା ଭାରତୀୟ ସଭ୍ୟତାର ପୁନଃ ଜାଗରଣର ପ୍ରତୀକ। ଏହା ହେଉଛି ପ୍ରତିଶ୍ରୁତି ପାଳନର ପ୍ରତୀକ। ବିଗତ ୧୧ ବର୍ଷରେ ସବୁ ବର୍ଗକୁ ବିକାଶରେ ଯୋଡାଯାଇଛି। ୨୦୪୭ ମସିହା ସୁଦ୍ଧା ବିକଶିତ ଭାରତର ସ୍ଵପ୍ନ ପୂରଣ କରାଯିବ। ଆମେ ନଥିଲା ବେଳେ ଏହି ଦେଶ ଥିଲା। ତେଣୁ ଆମକୁ ଭବିଷ୍ୟତ ପିଢି ପାଇଁ କାର୍ଯ୍ୟ କରିବାକୁ ପଡିବ। ଭାରତ ହେଉଛି ଲୋକତନ୍ତ୍ରର ଜନନୀ, ଯାହା ଆମ ଡିଏନ୍‌ଏରେ ରହିଛି।
ପୂର୍ବରୁ ନିର୍ଦ୍ଧାରିତ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅଯୋଧ୍ୟା ରାମ ମନ୍ଦିରରେ ଧ୍ଵଜା ଆରୋହଣ କରିଛନ୍ତି । ପ୍ରଥମେ ଅଯୋଧ୍ୟାରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦୀ ସପ୍ତମନ୍ଦିରରେ ଶକ୍ତିପୀଠ ଦର୍ଶନ କରିଥିଲେ । ଏହା ପରେ ଧ୍ଵଜା ଆରୋହଣ କାର୍ଯ୍ୟକ୍ରମରେ ଯୋଗ ଦେଇ ଧ୍ଵଜା ଆରୋହଣ କରିଛନ୍ତି । ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟପାଳ ଆନନ୍ଦିବାନ୍ ପଟେଲ ଏବଂ ଆରଏସଏସ ମୁଖ୍ୟ ମୋହନ ଭଗବତ ଏହି ଉତ୍ସବରେ ମୋଦୀଙ୍କ ସହ ଯୋଗଦେଇଛନ୍ତି ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories