www.samajalive.in
Friday, December 5, 2025
23.1 C
Bhubaneswar

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଟେବୁଲ ଟେନିସ୍‍ ପଦକ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ସୋମବାର ରାଜ୍ୟଗୋଷ୍ଠୀ କ୍ରୀଡ଼ା – ୨୦୧୮ର ଟେବୁଲ ଟେନିସ ପଦକ ବିଜେତାଙ୍କ ସହ ଭାବ ବିନିମୟ କରିଛନ୍ତି। ଏହି କ୍ରୀଡ଼ାବିତମାନେ ପ୍ରଧାନମନ୍ତ୍ରୀଙ୍କୁ ନୂଆଦିଲ୍ଲୀର ସଂସଦ ଭବନଠାରେ ସାକ୍ଷାତ କରିଥିଲେ।
ପଦକ ବିଜେତାମାନଙ୍କୁ ଅଭିନନ୍ଦନ ଜ୍ଞାପନ କରି ପ୍ରଧାନମନ୍ତ୍ରୀ କହିଲେ ଯେ ସେମାନଙ୍କର ଉଲ୍ଲେଖନୀୟ କ୍ରୀଡା ପ୍ରଦର୍ଶନ ଭାରତକୁ ବିଶ୍ୱ ସ୍ତରରେ ପହଞ୍ଚାଇଛି। ସେମାନଙ୍କ ଲାଗି ସମଗ୍ର ଦେଶ ଗର୍ବ ଓ ଗୌରବ ଅନୁଭବ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।
ପ୍ରଧାନମନ୍ତ୍ରୀ କହିଲେ ଯେ ଦେଶରେ କ୍ରୀଡ଼ା ପ୍ରତିଭାମାନେ ଛୋଟ ଛୋଟ ସହରରେ ରହିଛନ୍ତି। ଏକଥା ସଭିଏଁ ସ୍ୱୀକାର କରିବେ। ତେଣୁ ସେମାନଙ୍କୁ ଚିହ୍ନଟ କରାଯାଇ ସେମାନେ କିଭଳି ଉତ୍ତମ ଓ ଗୁଣାତ୍ମକ ତାଲିମ ପାଇପାରିବେ ତାହା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।
ଏହି ଅବସରରେ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ତଥା ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ତଥା ସୂଚନା ଓ ପ୍ରସାରଣ ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ) କର୍ଣ୍ଣେଲ ରାଜ୍ୟବର୍ଦ୍ଧନ ସିଂହ ରାଠୋର ଉପସ୍ଥିତ ଥିଲେ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories