www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟର ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ୮.୨ କୋଟି ମଞ୍ଜୁର

ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଂଚଳର ୬୩ ହଜାର ୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଥିବା ବେଳେ ୨୩ ହଜାର ୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି। ଏହି ଯୋଜନାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶା ପାଇଁ ଉଠା ଦୋକାନୀଙ୍କ ବନ୍ଧକବିହୀନ ଋଣ ବାବଦକୁ ୮.୨ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ୦.୮୧ କୋଟି ଟଙ୍କା ଦେଇଛନ୍ତି ବୋଲି ଟ୍ୱିଟ୍‍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

- Advertisement -

ଭାରତ ସରକାର ସହରାଂଚଳର ଉଠା ଦୋକାନୀ ମାନଙ୍କର ଥଇଥାନ ନିମନ୍ତେ ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାର ଲାଭ ପାଇବାରେ ଓଡ଼ିଶା ଶୀର୍ଷ ୧୦ଟି ରାଜ୍ୟ ମଧ୍ୟରେ ରହିଛି। ଓଡ଼ିଶାର ସମ୍ବଲପୁର, କଟକ, ବ୍ରହ୍ମପୁର, ବାଲେଶ୍ୱର ଏବଂ ଅନ୍ୟ ସବୁ ସହରମାନଙ୍କରେ ଥିବା ଉଠା ଦୋକାନୀମାନେ ମଧ୍ୟ ଏହାର ଲାଭ ପାଇଛନ୍ତି। ଏହି ଯୋଜନା ଦ୍ୱାରା ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ମହାମାରୀ ସମୟରେ ସଶକ୍ତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏବଂ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଦେଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଏହି ଯୋଜନାରେ ଦେଶର ସହର ମାନଙ୍କରେ ଥିବା ୫୦ ଲକ୍ଷ ଉଠା ଦୋକାନୀଙ୍କ ପାଇଁ ୧ ବର୍ଷ ପାଇଁ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ବନ୍ଧକବିହୀନ ଋଣର ବ୍ୟବସ୍ଥା କରାଯାଇଛି। ଏହି ଯୋଜନା ମାଧ୍ୟମରେ ଋଣର ନିୟମିତ ପରିଶୋଧ ଉପରେ ବାର୍ଷିକ ସୁଧରେ ୭ ପ୍ରତିଶତ ରିହାତି ଦିଆଯିବ। ନିୟମିତ ଋଣ ପରିଶୋଧ କରୁଥିବା ବ୍ୟକ୍ତିଙ୍କୁ ଅଧିକ ପ୍ରୋତ୍ସାହନ ପ୍ରଦାନ କରାଯିବ। ଡିଜିଟାଲ କାରବାର ମାଧ୍ୟମରେ ୧୨୦୦ ଟଙ୍କା ଜମା ଖାତାକୁ ଫେରିବାର ବ୍ୟବସ୍ଥା ଏହି ଯୋଜନାରେ ରହିଛି। ଏହି ଯୋଜନା ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ଡୋର୍‍ ଷ୍ଟେପରେ ବ୍ୟାଙ୍କ ପହଁଚାଇବ। ସମସ୍ତ ପ୍ରକାରର ବ୍ୟାଙ୍କ୍‍, ମାଇକ୍ରୋ ଫାଇନାନ୍ସ ଅନୁଷ୍ଠାନ ଯଥା ବେସରକାରୀ, ଆଞ୍ଚଳିକ ଗ୍ରାମୀଣ ବ୍ୟାଙ୍କ, ସମବାୟ ବ୍ୟାଙ୍କ, ଏସଏଚଜି ବ୍ୟାଙ୍କଗୁଡିକ ଆଦି ଋଣ ପ୍ରଦାନ କରିବେ। ଆରବିଆଇ ନିର୍ଦ୍ଦେଶାବଳୀ ଅନୁଯାୟୀ ଋଣଦାତାଙ୍କ ଠାରୁ ସୁଧ ଆଦାୟ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories