www.samajalive.in
Friday, December 5, 2025
26.1 C
Bhubaneswar

୩ଟି ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ଅଗଷ୍ଟ ୩୧) ଭିଡିଓ କନଫରେନ୍ସିଂ ମାଧ୍ୟମରେ ତିନୋଟି ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପ୍ରଧାନମନ୍ତ୍ରୀଙ୍କ ‘ମେକ୍ ଇନ୍ ଇଣ୍ଡିଆ’ ଏବଂ ଆତ୍ମନିର୍ଭର ଭାରତ ସ୍ୱପ୍ନକୁ ସାକାର କରି ଅତ୍ୟାଧୁନିକ ବନ୍ଦେ ଭାରତ ଏକ୍ସପ୍ରେସ୍ ମିରଟ-ଲକ୍ଷ୍ନୌ, ମଦୁରାଇ – ବେଙ୍ଗାଲୁରୁ ଏବଂ ଚେନ୍ନାଇ – ନାଗରକୋୟଲାର ତିନୋଟି ମାର୍ଗରେ ଯୋଗାଯୋଗରେ ଉନ୍ନତି ଆଣିବ। ମେରଠ ସିଟି – ଲକ୍ଷ୍ନୌ ବନ୍ଦେ ଭାରତ ଯାତ୍ରୀମାନଙ୍କୁ ଦୁଇ ସହର ମଧ୍ୟରେ ବର୍ତ୍ତମାନର ଦ୍ରୁତତମ ଟ୍ରେନ୍ ତୁଳନାରେ ପ୍ରାୟ ୧ ଘଣ୍ଟା କମ ସମୟରେ ପହଞ୍ଚାଇବ। ସେହିଭଳି ଚେନ୍ନାଇ ଏଗମୋର- ନାଗରକୋୟଲ ବନ୍ଦେ ଭାରତ ଏବଂ ମଦୁରାଇ-ବେଙ୍ଗାଲୁରୁ ବନ୍ଦେ ଭାରତ ଟ୍ରେନ୍ ଯଥାକ୍ରମେ ୨ ଘଣ୍ଟାରୁ ଅଧିକ ଏବଂ ପ୍ରାୟ ୧ ଘଣ୍ଟା ୩୦ ମିନିଟ୍ ସଞ୍ଚୟ କରି ଯାତ୍ରା କରିବ। ଏହି ନୂତନ ବନ୍ଦେ ଭାରତ ଟ୍ରେନ୍ ଉତ୍ତର ପ୍ରଦେଶ, ତାମିଲନାଡୁ ଏବଂ କର୍ଣ୍ଣାଟକକୁ ସେବା ପ୍ରଦାନ କରିବ।

Hot this week

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

Related Articles

Popular Categories