www.samajalive.in
Monday, December 8, 2025
27.1 C
Bhubaneswar

ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦେଶର ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଭିଡିଓ କନଫରେନ୍ସିଂରେ କରୋନା ମହାମାରୀ ପ୍ରସଙ୍ଗରେ ଆଲୋଚନା କରିବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର କହିବା ଅନୁଯାୟୀ ପ୍ରଧାନମନ୍ତ୍ରୀ କରୋନା ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣରେ ଭାରତର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିବେ। ଏହା ସହିତ ଦେଶରେ ଆରମ୍ଭ ହୋଇଥିବା ଅର୍ଥନୈତିକ କାର୍ଯ୍ୟକଳାପ ଉପରେ ଆଲୋଚନା କରିବେ। ​ମେ’ ୧୭ରେ ତୃତୀୟ ପର୍ଯ୍ୟାୟ ଲକଡାଉନ ହଟିବା ପରେ କି ପ୍ରକାର ପଦକ୍ଷେପ ନିଆଯିବ ସେସମ୍ପର୍କରେ ମଧ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ଆଲୋଚନା କରିବେ। କଣ୍ଟେନମେଣ୍ଟ ଜୋନରେ କରୋନା ସଂକ୍ରମଣ ନିୟନ୍ତ୍ରଣ ବାବଦରେ ମଧ୍ୟ ଆଲୋଚନା ହେବ। ଏହି ଆଲୋଚନାରେ ମୋଦୀଙ୍କ ସହିତ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେବେ। ଦେଶରେ ନୋଭେଲ କରୋନା ଭୂତାଣୁ ସଂକ୍ରମଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀମାନଙ୍କ ସହିତ ଏହା ୫ମ ପର୍ଯ୍ୟାୟ ଆଲୋଚନା ହେବ।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories