www.samajalive.in
Monday, December 8, 2025
27.1 C
Bhubaneswar

ନ୍ୟାୟପାଳିକାର ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି (ଅଗଷ୍ଟ ୩୧) ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଜିଲ୍ଲା ନ୍ୟାୟପାଳିକାର ଜାତୀୟ ସମ୍ମିଳନୀକୁ ଉଦଘାଟନ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଭାରତର ସର୍ବୋଚ୍ଚ ନ୍ୟାୟାଳୟ ପ୍ରତିଷ୍ଠାର ୭୫ ବର୍ଷ ପୂର୍ତ୍ତି ଅବସରରେ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ। ସୁପ୍ରିମକୋର୍ଟଙ୍କ ଦ୍ୱାରା ଆୟୋଜିତ ଏହି ଦୁଇ ଦିନିଆ ସମ୍ମିଳନୀରେ ୫ଟି ଅଧିବେଶନ ଅନୁଷ୍ଠିତ ହେବ ଯେଉଁଥିରେ ଜିଲ୍ଲା ନ୍ୟାୟପାଳିକା ସହ ଜଡ଼ିତଭିତ୍ତିଭୂମି ଓ ମାନବ ସମ୍ବଳ, ସମସ୍ତଙ୍କ ପାଇଁ ଅଦାଲତ, ନ୍ୟାୟିକ ନିରାପତ୍ତା ଓ ନ୍ୟାୟିକ କଲ୍ୟାଣ, ମାମଲା ପରିଚାଳନା ଏବଂ ନ୍ୟାୟିକ ପ୍ରଶିକ୍ଷଣ ଆଦି ପ୍ରସଙ୍ଗ ଉପରେ ଆଲୋଚନା କରାଯିବ। ଉଦଘାଟନୀ କାର୍ଯ୍ୟକ୍ରମରେ ପ୍ରଧାନ ବିଚାରପତି ଏବଂ ସୁପ୍ରିମକୋର୍ଟର ଅନ୍ୟ ବିଚାରପତି, କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ), ଭାରତର ଆଟର୍ଣ୍ଣି ଜେନେରାଲ, ସୁପ୍ରିମକୋର୍ଟ ବାର୍ ଆସୋସିଏସନର ଅଧ୍ୟକ୍ଷ ଏବଂ ବାର୍ କାଉନସିଲ ଅଫ୍ ଇଣ୍ଡିଆର ଅଧ୍ୟକ୍ଷ ଯୋଗଦେବେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories