www.samajalive.in
Tuesday, December 9, 2025
16.1 C
Bhubaneswar

ଆଜି ପିଲାଙ୍କ ପାଇଁ ପିଏମ କେୟାର୍ସ ଯୋଜନାର ଲାଭ ବିତରଣ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ପିଲାଙ୍କ ପାଇଁ ପିଏମ କେୟାର୍ସ ଯୋଜନାର ଲାଭ ବିତରଣ କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମେ ୩୦ ତାରିଖ ଅର୍ଥାତ୍‌ ଆଜି ପୂର୍ବାହ୍ନ ସାଢ଼େ ୧୦ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ପିଲାଙ୍କ ପାଇଁ ପିଏମ କେୟାର୍ସ ଯୋଜନାର ଲାଭ ବିତରଣ କରିବେ । ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବୃତ୍ତି ଅର୍ଥ ହସ୍ତାନ୍ତର କରିବେ । ଏହି କାର୍ଯ୍ୟକ୍ରମ ଅବସରରେ ପିଲାଙ୍କ ପାଇଁ ପିଏମ କେୟାର୍ସ ଯୋଜନାର ଏକ ଜମା ଖାତା, ଏବଂ ଆୟୁଷ୍ମାନ ଭାରତ – ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଅଧୀନରେ ଏକ ହେଲଥ୍‌ କାର୍ଡ ପିଲାମାନଙ୍କୁ ହସ୍ତାନ୍ତର କରାଯିବ ।

୧୧ ମାର୍ଚ୍ଚ ୨୦୨୦ରୁ ୨୮ ଫେବୃଆରୀ ୨୦୨୨ ମଧ୍ୟରେ କୋଭିଡ-୧୯ ମହାମାରୀ କାରଣରୁ ଉଭୟ ମାତାପିତା, କିମ୍ବା ଆଇନଗତ ଅଭିଭାବକ କିମ୍ବା ପୋଷ୍ୟ ମାତାପିତା କିମ୍ବା ଜୀବିତ ଅଭିଭାବକଙ୍କୁ ହରାଇଥିବା ଅନାଥ ପିଲାମାନଙ୍କୁ ସହାୟତା ଯୋଗାଇ ଦେବା ଲାଗି ୨୯ ମେ ୨୦୨୧ରେ ପ୍ରଧାନମନ୍ତ୍ରୀଙ୍କ ଦ୍ବାରା ଶିଶୁଙ୍କ ପାଇଁ ପିଏମ କେୟାର୍ସ ଯୋଜନାର ଶୁଭାରମ୍ଭ କରାଯାଇଥିଲା । ଏହି ଯୋଜନାର ଉଦ୍ଦେଶ୍ୟ ହେଉଛି ପିଲାମାନଙ୍କୁ ବିସ୍ତୃତ ଯତ୍ନ ଏବଂ ସୁରକ୍ଷା ଯୋଗାଇ ଦେବା । ସେମାନଙ୍କୁ ଆବାସିକ ସୁବିଧା ଦେବା, ଶିକ୍ଷା ଓ ବୃତ୍ତି ଜରିଆରେ ସେମାନଙ୍କୁ ଶକ୍ତ କରିବା, ୨୩ ବର୍ଷ ବୟସରେ ଉପନୀତ ହେବା ପରେ ସେମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଲାଗି ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବା ଏବଂ ସ୍ବାସ୍ଥ୍ୟ ବୀମା ଜରିଆରେ ସେମାନଙ୍କର କଲ୍ୟାଣ ସୁନିଶ୍ଚିତ କରିବା ଲାଗି ଯୋଜନାରେ ପରିକଳ୍ପନା କରାଯାଇଛି । ଯୋଜନାର ସୁବିଧା ପାଇବା ଲାଗି ଚାହୁଁଥିବା ପିଲାମାନଙ୍କ ପଞ୍ଜୀକରଣ ପାଇଁ pmcaresforchildren.in ନାମକ ଏକ ପୋର୍ଟାଲ ପୂର୍ବରୁ ଖୋଲାଯାଇ ସାରିଛି । ଏହି ପୋର୍ଟାଲରେ ଏକ ସିଙ୍ଗଲ ୱିଣ୍ଡୋ ପ୍ରଣାଳୀ ରହିଛି, ଯେଉଁଥିରେ ମଞ୍ଜୁରି ପ୍ରକ୍ରିୟା ସହିତ ପିଲାମାନଙ୍କୁ ଅନ୍ୟ ସବୁ ସହାୟତା ପାଇଁ ବ୍ୟବସ୍ଥା କରାଯାଇଛି

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories