www.samajalive.in
Saturday, December 6, 2025
23.1 C
Bhubaneswar

ବାଜପେୟୀ ଆମକୁ ପ୍ରେରଣା ଯୋଗାଇଛନ୍ତି: ପ୍ରଧାନମନ୍ତ୍ରୀ

ଆଜି ସ୍ବର୍ଗତ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ । ବାଜପେୟୀଙ୍କ ୯୭ ତମ ଜନ୍ମଜୟନ୍ତୀ ଅବସରରେ ଅଟଳ ଆମକୁ ପ୍ରେରଣା ଯୋଗାଇଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ୍‍ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ବାଜେପେୟୀଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି। ଦେଶକୁ ଶକ୍ତିଶାଳୀ ଓ ବିକଶିତ ରାଷ୍ଟ୍ର କରିବାକୁ ବାଜେପେୟୀ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ ।

ଆଜି ତାଙ୍କର ଜନ୍ମଦିନରେ ମୁତାଙ୍କୁ ପ୍ରଣାମ ଜଣାଉଛି । ମଧ୍ୟପ୍ରଦେଶର ଗ୍ବାଲିୟରରେ ୧୯୨୪ ମସିହା ଡିସେମ୍ବର ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ଅଟଳ । ସେ ୩ ଥର ପ୍ରଧାନମନ୍ତ୍ରୀ ହୋଇଥିଲେ। ୧୯୯୬ରେ ସେ ପ୍ରଥମ ଥର ପାଇଁ ୧୩ ଦିନ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ । ପରେ ଅଟଳ ୧୩ ମାସ ପାଇଁ ୧୯୯୮ରୁ ୧୯୯୯ ମଧ୍ୟରେ ପ୍ରଧାନମନ୍ତ୍ରୀ ହୋଇଥିଲେ । ଶେଷ ଥର ପାଇଁ ୧୯୯୯ରୁ ୨୦୦୪ ଯାଏଁ ୫ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳିଥିଲେ ଅଟଳ ବିହାରୀ ବାଜପେୟୀ ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories