www.samajalive.in
Saturday, December 6, 2025
23.1 C
Bhubaneswar

ଜୁନ୍‌ରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ଆସନ୍ତା ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ସରକାର ଏକବର୍ଷ ପୂର୍ତ୍ତି ପାଳନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସମେତ ଅନ୍ୟ କେନ୍ଦ୍ରମନ୍ତ୍ରୀଙ୍କୁ ସମ୍ମାନିତ ଅତିଥି ଭାବେ ଯୋଗଦେବା ପାଇଁ ଆମନ୍ତ୍ରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଓଡ଼ିଶାରେ ବିଜେପି ସରକାରଙ୍କ ଏକବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଯୋଗ ଦେଇପାରନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି।
ଶ୍ରୀ ପୂଜାରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛନ୍ତି। ଓଡ଼ିଶାରେ ବି‌ଜେପି ସରକାର ଗଠନ ହେବାର ଏଗାର ମାସରେ ଦିଆଯାଇଥିବା ଅଧିକାଂଶ ପ୍ରତିଶ୍ରୁତି ପୂରଣ କରାଯାଇଛି, ଏଣୁ ଓଡ଼ିଶାରେ ବିଜେପି ସରକାର ଏକବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟ ଯୋଗଦେବା ପାଇଁ ଯୋଜନା ପ୍ରସ୍ତୁତି ଚାଲିଛି। ସୂଚନାଯୋଗ୍ୟ, ୨୦୨୪, ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀଙ୍କ ନେତୃତ୍ବରେ ଓଡ଼ିଶାରେ ବିଜେପି ସରକାର ପ୍ରତିଷ୍ଠା ହୋଇଥିଲା। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ୮ଜଣ କ୍ୟାବିନେଟ୍‌ ମନ୍ତ୍ରୀ ଓ ୫ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶପଥପାଠ ଉତ୍ସବରେ ଯୋଗଦେବାକୁ ଭୁବନେଶ୍ବର ଆସିଥିଲେ। ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା, ରାଜନାଥ ସିଂହ, ନୀତିନ ଗଡ଼କରୀ ଓ ଜେ.ପି. ନଡ୍ଡାଙ୍କ ସମେତ ୧୦ଟି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ। ଓଡ଼ିଶାର ତିନି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ବିନୀ ବୈଷ୍ଣବ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ଥିଲେ।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories