www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ପାଞ୍ଚଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳର ଶୁଭାରମ୍ଭ କରିବେ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର(ଆଜି) ପାଞ୍ଚଟି ନୂଆ ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳର ଶୁଭାରମ୍ଭ କରିବେ।  ଇନ୍ଦୋର-ଭୋପାଳ, ଜବଲପୁର-ରାଣୀ କମଳାପତି, ପାଟନା-ରାଞ୍ଚି, ବେଙ୍ଗାଲୁରୁ-ହୁବଲି-ଧରୱାଡ ଏବଂ  ମୁମ୍ବଇ-ଗୋଆ,ଏପରି ୫ଟି ବନ୍ଦେ ଭାରତ ଏକ୍ସପ୍ରେସ୍‌ ଚଳାଚଳ ଆରମ୍ଭ କରିବ।

ପୂର୍ବାହ୍ନ ସାଢେ ୧୦ଟାରେ ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶ ରାଣୀ କମଳାପତି ରେଳଷ୍ଟେସନରେ ଏହି ପାଞ୍ଚଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରାଇବେ ।

- Advertisement -

ଭୋପାଳ(ରାଣୀ କମଳାପତି) -ଇନ୍ଦୋର ବନ୍ଦେ ଭାରତ ଏକ୍ସପ୍ରେସ ମଧ୍ୟପ୍ରଦେଶର ଦୁଇ ନଗରୀ ମଧ୍ୟରେ ସହଜ ଓ ଦୃତ ଯାତ୍ରାର  ସୁବିଧା କରିବା ସହ ସେ ଅଞ୍ଚଳରେ ସାଂସ୍କୃତିକ, ପର୍ଯ୍ୟଟନ ଓ ଧାର୍ମିକ ସ୍ଥଳୀ ସହ ସଂଯୋଗୀକରଣ ବୃଦ୍ଧି କରିବ ।

ଭୋପାଳ-(ରାଣୀ କମଳାପତି) ଜବଲପୁର ବନ୍ଦେ ଭାରତ ଏକ୍ସପ୍ରେସ ମହାକୋଶଳ ଅଞ୍ଚଳ (ଜବଲପୁର)ରୁ କେନ୍ଦ୍ରାଞ୍ଚଳ ଭୋପାଳକୁ ସଂଯୋଗ କରିବ । ସଂଯୋଗକରଣର ଉନ୍ନତି ସହ ସେ ଅଞ୍ଚଳର ପର୍ଯ୍ୟଟନ ସ୍ଥଳୀଗୁଡିକ ମଧ୍ୟ ସୁବିଧା ପାଇବେ ।

ରାଞ୍ଚି-ପାଟନା ବନ୍ଦେ ଭାରତ ଏକ୍ସପ୍ରେସ ଝାଡଖଣ୍ଡ ଓ ବିହାର ନିମନ୍ତେ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ । ପାଟନା- ରାଞ୍ଚି ମଧ୍ୟରେ ସଂଯୋଗୀକରଣ ବୃଦ୍ଧି ସହ ଏହି ଟ୍ରେନ ପର୍ଯ୍ୟଟକ, ବ୍ୟବସାୟୀ ଓ ବିଦ୍ୟାର୍ଥୀମାନଙ୍କ ନିମନ୍ତେ ଖୁବ୍ ସୁବିଧାଜନକ ହେବ ।

ଧରୱାଡ-ବେଙ୍ଗାଲୁରୁ ବନ୍ଦେ ଭାରତ ଏକ୍ସପ୍ରେସ କର୍ଣ୍ଣାଟକର ଗୁରୁତ୍ୱପୂର୍ଣ୍ଣ ସହର ଧରୱାଡ, ହୁବିଲୀ ସହ ରାଜଧାନୀ ବେଙ୍ଗାଲୁରୁକୁ ସଂଯୋଗ କରିବ  । ଏହା ପର୍ଯ୍ୟଟକ, ଛାତ୍ରଛାତ୍ରୀ, ଶିଳ୍ପପତିମାନଙ୍କ ନିମନ୍ତେ ବେଶ୍ ସୁବିଧାଜନକ ହେବ ।

ଗୋଆ(ମାଡଗାଓଁ)-ମୁମ୍ବାଇ ବନ୍ଦେ ଭାରତ ଏକ୍ସପ୍ରେସ ଗୋଆ ନିମନ୍ତେ ହେବ ପ୍ରଥମ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଟର୍ମିନାଲ ଓ ଗୋଆ ମାଡଗାଓଁ  ଷ୍ଟେସନ ମଧ୍ୟରେ ଚଳାଚଳ କରିବ। ଏହି ଟ୍ରେନ ଗୋଆର ପର୍ଯ୍ୟଟନକୁ ପ୍ରୋତ୍ସାହିତ କରିବ।

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories