ସମାଜ ପୋର୍ଟାଲ ଡେସ୍କ : ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ମଧ୍ୟ ପାଳନ କରାଯାଏ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶାବାସୀଙ୍କୁ ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣା ସଂକ୍ରାନ୍ତିର ଶୁଭକାମନା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ଉଲ୍ଲେଖକରିଛନ୍ତି ଯେ ‘ ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ବାସ୍ଥ୍ୟ ପାଇଁ ପାର୍ଥନା । ’
ଓଡ଼ିଶାବାସୀଙ୍କୁ ଓଡ଼ିଆ ନବ ବର୍ଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ମହାବିଷୁବ ପଣା ସଂକ୍ରାନ୍ତି ଅବସରରେ ଅଭିନନ୍ଦନ । ବର୍ଷ ସାରା ଖୁସି ଏବଂ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା ।
Happy #OdiaNewYear and Maha Bishuba Pana Sankranti. May the coming year bring happiness and good health in everyone’s lives.
— Narendra Modi (@narendramodi) April 13, 2020



