www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଫୁଲବାଣୀ, ବଲାଙ୍ଗିର ଓ ବରଗଡ଼ରେ ପ୍ରଧାନମନ୍ତ୍ରୀଙ୍କ ମାରାଥନ ପ୍ରଚାର

ଭୁବନେଶ୍ଵର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାରାଥନ ପ୍ରଚାର। ୩ ଜିଲ୍ଲା ଫୁଲବାଣୀ, ବରଗଡ ଓ ବଲାଙ୍ଗୀରରେ ପ୍ରଚାର କାର୍ଯ୍ୟକ୍ରମ ରହିଛି। ଆଜି ସକାଳୁ ପ୍ରଥମେ କନ୍ଧମାଳ ଅଭିମୁଖେ ବାହାରିବେ ।  ସକାଳ ୧୦ଟା ୨୦ରେ ଗୁଦାରୀ ଏୟାରଷ୍ଟ୍ରିପରେ ପହଂଚିବା ପରେ କନ୍ଧମାଳ ଷ୍ଟାଡିୟମକୁ ଯିବେ । ସେଠାରେ ଜନସଭାରେ ଯୋଗଦେବା ପରେ ବଲାଙ୍ଗିର ବାହାରିଯିବେ । ମଧ୍ୟାହ୍ନ ୧୨ଟା ୫ରେ ବଲାଙ୍ଗିରର ପଥରଚେପାସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇବା ପରେ ୧୨ଟା ୧୫ରୁ ୧୨ଟା ୫୫ ପର୍ଯ୍ୟନ୍ତ ଜନସଭାକୁ ଉଦବୋଧନ ଦେବେ। ଏହା ପରେ ବରଗଡ଼ର ବରାହାଗୁଡ଼ା ଟୋଲଗେଟ୍ ନିକଟରେ ଥିବା ବିକାଶ ଭିନଟେଜ୍ ପଡ଼ିଆରେ ବିଶାଳ ଜନସଭାରେ ଉଦବୋଧନ ଦେବା ସହିତ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସବୁଠି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ଵରରେ ରୋଡ୍ ଶୋ କରିଥିଲେ ପ୍ରଧାନମନ୍ତ୍ରୀ। ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ବାଣୀ ବିହାର ପର୍ଯ୍ୟନ୍ତ ବିଶାଳ ଜନସମାଗମ ମଧ୍ୟରେ ରୋଡ୍ ଶୋ ଅନୁଷ୍ଠିତ ହୋଇଥିଲା। ଯାହା ବିଜେପି କର୍ମୀଙ୍କ ମଧ୍ୟରେ ଉତ୍ସାହ ବୃଦ୍ଧି କରିଛି। ପ୍ରଧାନମନ୍ତ୍ରୀଙ୍କ ଗାଡିରେ ଭୁବନେଶ୍ୱର ବିଜେପି ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ରହିଥିଲେ। ତେବେ ରୋଡ୍ ଶୋ ସାରି ମୋଦୀ ରାଜଭବନରେ ରାତ୍ରିଯାପନ କରିଛନ୍ତି। ଆଜି ୩ ଜିଲ୍ଲା ଗସ୍ତ କରି ନିର୍ବାଚନୀ ପ୍ରଚାର କରିବେ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories