www.samajalive.in
Monday, December 8, 2025
13.1 C
Bhubaneswar

ବିଷାକ୍ତ ଖାଦ୍ୟ ଖାଇ ଜଣେ ମୃତ, ୧୧ଗୁରୁତର

କେନ୍ଦୁଝର : ବିଷାକ୍ତ ଖାଦ୍ୟ ଖାଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ଜଣ ଅସୁସ୍ଥ ହୋଇଛନ୍ତି। ଏପରି ଅଭାବନୀୟ ଘଟଣା କେନ୍ଦୁଝର ଜିଲା ତୁରମଙ୍ଗା ଥାନା କ୍ଷୀରେଇଟାଙ୍ଗିରି ନୂଆଗାଁରେ ଘଟିଛି। ଅସୁସ୍ଥଙ୍କ ମଧ୍ୟରେ ୮ଜଣ ବିବାହ କାର୍ଯ୍ୟରେ ଟେଣ୍ଟ ବାନ୍ଧୁଥିବା କର୍ମଚାରୀ ଅଟନ୍ତି। ଅନ୍ୟ ୩ଜଣଙ୍କ ମଧ୍ୟରେ ୨ଜଣ ମହିଳା ଥିବା ଜଣାପଡିଛି। ସମସ୍ତେ ଗୋଟିଏ ପରିବାରର ବୋଲି ଜଣାପଡିଛି। ଗୁରୁତର ଅସୁସ୍ଥମାନଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସମସ୍ତେ ରାତିରେ ଟେଣ୍ଟ ବାନ୍ଧି ସାରି ଘରେ ପ୍ରସ୍ତୁତ ହୋଇଥିବା ଖାଦ୍ୟ ଖାଇଥିଲେ। ତେବେ ଖାଦ୍ୟ ବିଷାକ୍ତ ହୋଇଥିବା ଯୋଗୁଁ ଏପରି ଘଟିଥିବା ଆଶଙ୍କା କରାଯାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories