www.samajalive.in
Sunday, December 14, 2025
14.1 C
Bhubaneswar

ପୋଲାଭରମ୍‍ ମାମଲା: ଜନଶୁଣାଣି ସମ୍ପର୍କିତ ସତ୍ୟପାଠ ଦାଖଲ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦେଶ

ନୂଆଦିଲ୍ଳୀ: ପୋଲାଭରମ ପ୍ରକଳ୍ପ ପାଇଁ ଓଡ଼ିଶା ଓ ଛତିଶଗଡ଼ରେ ଜନଶୁଣାଣି ସମ୍ପର୍କିତ ସତ୍ୟପାଠ ଦାଖଲ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ଆସନ୍ତା ୧ ତାରିଖ ସୁଦ୍ଧା ସତ୍ୟପାଠ ଦାଖଲ ପାଇଁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଥିବା ବେଳେ ଆସନ୍ତା ୩ ତାରିଖକୁ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। ସୂଚନାଯୋଗ୍ୟ, ପୋଲାଭରମ୍‍ ପ୍ରକଳ୍ପ ପ୍ରସଙ୍ଗରେ ଗତ ୨୧ ତାରିଖରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ପତ୍ର ଲେଖିଥିଲେ। ଏହି ପ୍ରକଳ୍ପ ମାମଲା କୋର୍ଟରେ ବିଚାରାଧୀନ ଥିବା ସତ୍ତେ୍ୱ ଆନ୍ଧ୍ର ସରକାର ପ୍ରକଳ୍ପ ନିର୍ମାଣ ଜାରି ରଖିଛନ୍ତି। କୋର୍ଟ ନିର୍ଦେଶ ନ ଆସିବା ପର୍ଯ୍ୟନ୍ତ ନିର୍ମାଣ କାର୍ଯ୍ୟ ସ୍ଥଗିତ ରଖିବାକୁ ପ୍ରଧାନମନ୍ତ୍ରୀ ଆନ୍ଧ୍ର ସରକାରଙ୍କୁ ନିର୍ଦେଶ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ପତ୍ର ଜରିଆରେ ଅନୁରୋଧ କରିଥିଲେ। ଏଥିସହିତ କେନ୍ଦ୍ର ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରାଳୟ ଗତ ଜୁଲାଇରେ ଦେଇଥିବା କାର୍ଯ୍ୟାଦେଶ ବାତିଲ୍‍ ନିର୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀ ପତ୍ରରେ ଅନୁରୋଧ କରିଥିଲେ।

Hot this week

ଭାରତ ଉପରେ ୫୦% ବାଣିଜ୍ୟିକ ଶୁଳ୍କକୁ ବିରୋଧ

ଶୁଳ୍କ ପ୍ରତ୍ୟାହାର ପ୍ରସ୍ତାବ ଆଣିଲେ ୩ ସିନେଟର ୱାଶିଂଟନ : ଆମେରିକା ରାଷ୍ଟ୍ରପତି...

ପଶ୍ଚିମବଙ୍ଗରେ ଏସଆଇଆର ପ୍ରଭାବ

ମମତାଙ୍କ ନିର୍ବାଚନମଣ୍ଡଳୀରେ ବାଦ ପଡିଛନ୍ତି ୪୪ ହଜାର ଭୋଟର କଲକାତା : ନିର୍ବାଚନ...

ଆଜି ଭାରତ-ପାକିସ୍ତାନ ମ୍ୟାଚ: କରିବେନି କରମର୍ଦ୍ଦନ!

ସମାଜ ଡିଜିଟାଲ ଡେସ୍କ: ଆଜି ଭାରତ ଏବଂ ପାକିସ୍ତାନ ମଧ୍ୟରେ ୧୯...

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

Related Articles

Popular Categories