www.samajalive.in
Monday, December 15, 2025
14.1 C
Bhubaneswar

ପୋଖରୀରୁ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର

କଟକ: କଟକ ଓଏମ୍‍ପି ସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ଥିବା ଏକ ପୋଖରୀରୁ ଜଣେ କନେଷ୍ଟବଳଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ କନେଷ୍ଟବଳଙ୍କ ନାଁ ଏମ୍‍ କ୍ରିଷ୍ଣାରାଓ ଓ ତାଙ୍କ ଘର ପାରଳାଖେମୁଣ୍ଡିରେ ବୋଲି ଜଣାପଡିଛି । ମୃତ କନେଷ୍ଟବଳ ଷଷ୍ଠ ବାଟାଲିୟନରେ ବ୍ୟାଣ୍ଡ କନେଷ୍ଟବଳ ଭାବରେ କାର୍ଯ୍ୟ କରୁଥିଲେ। ମଙ୍ଗଳବାର ଅପରାହ୍ନରୁ ସେ ନିଖୋଜ ଥିଲେ। ପରିବାର ଲୋକେ ଅନେକ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କ ପତ୍ତା ମିଳି ନ ଥିଲା।
ଆଜି ସକାଳେ କିଛି ବ୍ୟକ୍ତି ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପୋଖରୀରେ ଏକ ଶବ ଭାସୁଥିବାର ଦେଖି ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ତାଙ୍କ ପରିଚୟ ଜଣା ପଡ଼ିଥିଲା। ପୁଲିସ୍‍ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories