www.samajalive.in
Friday, December 5, 2025
20.1 C
Bhubaneswar

ଆନ୍ଦୋଳନରୁ ଓହରିଲେ ତିନି ପୁଲିସ କର୍ମଚାରୀ ସଂଘ

ଭୁବନେଶ୍ୱର : ବିଭିନ୍ନ ଦାବି ନେଇ ଗୁରୁବାର ଆନ୍ଦେଳନକୁ ଓହ୍ଲାଇଥିବା ହାବିଲଦାର-କନଷ୍ଟେବଳ-ସିପାହୀ ମହାସଂଘର ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି। ଭୁବନେଶ୍ୱର କ୍ୟାମ୍ପ ଅଫିସରେ ପୁଲିସ ମହାନିର୍ଦ୍ଦେଶକ ଡ଼. ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ସହ ଆଲୋଚନା ପରେ ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର କରିଥିବା ଜଣାପଡ଼ିଛି। ସଂଘ ସଭାପତିଙ୍କ କହିବା ଅନୁସାରେ, ଆଜି ସନ୍ଧ୍ୟା ସୁଦ୍ଧା ଦାବି ପୂରଣ କରିବାକୁ ଡିଜିପି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ ଦାବି ପୂରଣ କରା ନଗଲେ ମହାସଂଘ ପୁଣି ଆନ୍ଦୋଳନକୁ ଓହ୍ଲାଇବ ବୋଲି ମହାସଂଘ ପକ୍ଷରୁ କୁହାଯାଇଛି।

ଉଲ୍ଲେଖଯୋଗ୍ୟ, ଦରମା ବୃଦ୍ଧି, ଠିକା ନିଯୁକ୍ତି ଉଚ୍ଛେଦ, ସମସ୍ତ ପ୍ରକାରର ଭତ୍ତା, ଗ୍ରେଡ଼ ପେ ବୃଦ୍ଧି, ସ୍ୱାସ୍ଥ୍ୟ ବିମା ସୁବିଧା ଦାବିରେ ଆଜିଠାରୁ କଳାବ୍ୟାଜ୍‍ ପିନ୍ଧି ତିନି ପୁଲିସ କର୍ମଚାରୀ ସଂଘ ଆନ୍ଦୋଳନକୁ ଓହ୍ଲାଇଥିଲେ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories