www.samajalive.in
Thursday, November 13, 2025
25.1 C
Bhubaneswar

ଦୁର୍ଗାପୁର ଲଜ୍ଜା: ପୀଡ଼ିତାଙ୍କ ପୁରୁଷ ବନ୍ଧୁ ଗିରଫ

ସମାଜ ଡିଜିଟାଲ ଡେସ୍କ: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଘଟିଥିବା ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଘଟଣାରେ ତାଙ୍କ ପୁରୁଷ ବନ୍ଧୁଙ୍କୁ ଗିରଫ କରିଛି ଆସାନସୋଲ-ଦୁର୍ଗାପୁର କମିଶନରେଟ ପୁଲିସ। ଛାତ୍ରୀଙ୍କୁ ରାତିରେ ହଷ୍ଟେଲରୁ ବାହାରକୁ ଆସିବା ଲାଗି ପ୍ରବର୍ତ୍ତାଇବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରିଛି। ବୁଧବାର ଅଭିଯୁକ୍ତ ପୁରୁଷ ବନ୍ଧୁଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ପୁଲିସ କମିଶନର ସୁନୀଲ ଚୌଧୁରୀ ସୂଚନା ଦେଇଛନ୍ତି।

ଅନ୍ୟପଟେ ପୀଡ଼ିତା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ହୋଇନାହିଁ ବୋଲି କମିଶନର କହିଛନ୍ତି। କେବଳ ଜଣେ ଅଭିଯୁକ୍ତ ଛାତ୍ରୀଙ୍କୁ ଦୁଷ୍କର୍ମ କରିଥିବା ସେ କହିଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀରେ କମିଶନର କହିଛନ୍ତି ଯେ, ମାମଲାର ତଦନ୍ତ ଜାରି ରହିଛି। ବର୍ତ୍ତମାନ ସୁଦ୍ଧା ୫ ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ ହୋଇଛି। ପୀଡ଼ିତା ଦେଇଥିବା ମନ୍ତବ୍ୟ ଏବଂ ତଥ୍ୟପ୍ରମାଣ ଆଧାରରେ ତାଙ୍କୁ ଗଣଦୁଷ୍କର୍ମ ହୋଇ ନ ଥିବା ଜଣାପଡ଼ିଛି। ଦୁଷ୍କର୍ମରେ କେବଳ ଜଣେ ଅଭିଯୁକ୍ତ ସମ୍ପୃକ୍ତ ରହିଛନ୍ତି। ପୀଡ଼ିତା ନିଜେ ଏହି ମନ୍ତବ୍ୟ ଦେଇଛନ୍ତି ବୋଲି କମିଶନର କହିଛନ୍ତି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories