www.samajalive.in
Sunday, December 7, 2025
14.1 C
Bhubaneswar

୬ରୁ କଳା ବ୍ୟାଜ୍‌ ପିନ୍ଧିବ ଓଡ଼ିଶା ପୁଲିସ ସଂଘ ; ଦାବି ପୂରଣ ନହେଲେ ସମୂହ ଛୁଟିରେ ଯିବେ

କଟକ : ବିଭିନ୍ନ ମୌଳିକ ଦାବି ନେଇ ଓଡିଶା ପୁଲିସ ସଂଘ ପକ୍ଷରୁ ରାଜ୍ୟ ସରକାରଙ୍କ ନିକଟରେ ଦୀର୍ଘଦିନ ହେବ ଦାବି କରାଯାଇଆସୁଛି। ଏହାକୁ ନେଇ ସଂଘ ଫେବୃଆରୀ ପହିଲାରୁ ଆନ୍ଦୋଳନକୁ ଓହ୍ଲାଇବାକୁ ନିଷ୍ପତ୍ତି ନେଇଥିଲା। ଆଲୋଚନା ମାଧ୍ୟମରେ ସମସ୍ୟାର ସମାଧାନ ନିମନ୍ତେ ଗୃହ ବିଭାଗ ପକ୍ଷରୁ ପ୍ରସ୍ତାବ ଦିଆଯିବାରୁ ଆନ୍ଦୋଳନକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଥିଲା ବୋଲି ଗୁରୁବାର ଓପିଏ କନ୍‌ଫରେନ୍ସ ହଲରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସଭାପତି ସତ୍ୟଜିତ ମିଶ୍ର ସୂଚନା ଦେଇଛନ୍ତି। ଫେବୃଆରୀ ୫ତାରିଖରେ ସଚିବାଳୟରେ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ନେଇ ବୈଠକ ଅନୁଷ୍ଠିତ ହେବ। ଯଦି ଉକ୍ତ ବୈଠକରୁ କୌଣସି ସୁଫଳ ନ ମିଳେ ତେବେ ଫେବୃଆରୀ ୬ରୁ ସଂଘର ସଦସ୍ୟମାନେ କଳା ବ୍ୟାଜ୍‌ ପିନ୍ଧି କାର୍ଯ୍ୟରେ ଯୋଗଦେବେ। ଏଥିସହ ୧୦ ତାରିଖରୁ ସମୂହ ଛୁଟିରେ ରହିବା ଲାଗି ଆବେଦନ କରିବେ ବୋଲି ଶ୍ରୀ ମିଶ୍ର କହିଛନ୍ତି। ଏହି ସମ୍ମିଳନୀରେ ସାଧାରଣ ସମ୍ପାଦକ ବିଭୁ ଦାସ ବର୍ଦ୍ଧନ, ଉପସଭାପତି କ୍ଷିତିଶ୍‌ ଚନ୍ଦ୍ର ତ୍ରିପାଠୀ, କୋଷାଧକ୍ଷ କେଦାର କୁମାର ସାମନ୍ତରାୟ, ଉମେଶ ଚନ୍ଦ୍ର ସାହୁ, ଅରୁଣ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories