www.samajalive.in
Sunday, December 7, 2025
26.1 C
Bhubaneswar

ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ୭୪ ଜଣଙ୍କୁ ପଦକ ପ୍ରଦାନ କଲେ ରାଜ୍ୟପାଳ

ଭୁବନେଶ୍ୱର : ରାଜ୍ୟ ପୋଲିସ୍‌ ସେବା, ଅଗ୍ନିଶମ ସେବା, ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବା ଏବଂ କାରାଗାର ଓ ସଂସ୍କାର ସେବାର ୭୪ଜଣ ଅଧିକାରୀ ଓ କର୍ମଚାରୀଙ୍କୁ ସେମାନଙ୍କ ଉଲ୍ଲେଖନୀୟ, ବିଶିଷ୍ଟ ସେବା ଓ ସାହସିକତା ନିମନ୍ତେ ରାଷ୍ଟ୍ରପତି, ରାଜ୍ୟପାଳ ଏବଂ ସାହସିକତା ପଦକ ପ୍ରଦାନ କରାଯାଇଛି। ଲୋକସେବା ଭବନକନଭେନସନ୍‌ ହଲରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଏହି ପଦକ ପ୍ରଦାନ କରିଛନ୍ତି।
ଏଥିରେ ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ବିଶିଷ୍ଟ ସେବାନିମନ୍ତେ ୨ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ଓ ୧୦ଜଣଙ୍କୁ ଉଲ୍ଲେଖନୀୟ ସେବା ନିମନ୍ତେ ‘ରାଷ୍ଟ୍ରପତି ପୋଲିସ ପଦକ’ ପ୍ରଦାନ କରାଯାଇଛି। ସେହିପରି ଉଲ୍ଲେଖନୀୟ ସେବାନିମନ୍ତେ ୧୫ଜଣଙ୍କୁ ‘ରାଜ୍ୟପାଳ ପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି। ଅନୁରୂପ ଭାବେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ବିଶିଷ୍ଟ ସେବାନିମନ୍ତେ ୨ଜଣଙ୍କୁ ‘ରାଷ୍ଟ୍ରପତି ପୋଲିସ୍‌ ପଦକ’ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ ‘ରାଷ୍ଟ୍ରପତିପୋଲିସ୍‌ ପଦକ’ ପ୍ରଦାନ କରାଯାଇଛି।

୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୨ଜଣ ଅଗ୍ନିଶମ ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଥିବା ବେଳେ ୪ଜଣଙ୍କୁ ‘ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି। ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ଗୃହରକ୍ଷୀ ସେବା ନିମନ୍ତେ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ପଦକ’ ଏବଂ ଜଣଙ୍କୁ ‘ରାଷ୍ଟ୍ରପତି ପ୍ରଶଂସନୀୟ ସେବା ପଦକ’ ପ୍ରଦାନ କରାଯାଇଛି । ସେହିପରି ବେସାମରିକ କ୍ଷେତ୍ରରେ ପ୍ରଶଂସନୀୟ ସେବା ନିମନ୍ତେ ୨ ଜଣଙ୍କୁ ରାଷ୍ଟ୍ରପତି ପଦକ ପ୍ରଦାନ କରାଯାଇଛି।
୨୦୨୦ ସ୍ୱାଧୀନତା ଦିବସ ପାଇଁ ଅଗ୍ନିଶମ ସେବା କ୍ଷେତ୍ରରେ ସାହସିକତା ପାଇଁ ଜଣଙ୍କୁ ‘ରାଷ୍ଟ୍ରପତିଙ୍କସାହସିକତା ପଦକ’ ପ୍ରଦାନ କରାଯାଇଥିବା ବେଳେ୨ ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ଅଗ୍ନିଶମ ସେବା ପଦକ’ ପ୍ରଦା ନକରାଯାଇଛି। ଅନୁରୂପ ଭାବରେ୬ଜଣଙ୍କୁ ‘ପ୍ରଶଂସନୀୟ ଅଗ୍ନିଶମ ସେବା ପଦକ’ ପ୍ରଦାନ କରାଯାଇଛି।
ଗୃହରକ୍ଷୀ ଓ ବେସାମରିକ ପ୍ରତିରକ୍ଷା ସେବାରେ ପ୍ରଶଂସନୀୟ ସେବାନିମନ୍ତେ ୨୦୨୦ ସ୍ୱାଧୀନତା ଦିବସ ପାଇଁ ୪ଜଣଙ୍କୁ ପଦକ ପ୍ରଦାନ କରାଯାଇଛି। ବେସାମରିକ ପ୍ରତିରକ୍ଷା କ୍ଷେତ୍ରରେ ଜଣଙ୍କୁ ବିଶିଷ୍ଟ ସେବାନିମନ୍ତେ ‘ରାଷ୍ଟ୍ରପତି ପଦକ’ ପ୍ରଦାନ କରାଯାଇଛି।
୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଓ ମାନପତ୍ର ପ୍ରଦାନ କରାଯାଇଛି। ସେହିପରି ୨୦୨୦ ସାଧାରଣତନ୍ତ୍ର ଦିବସ ପାଇଁ ୩ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି।
୨୦୨୦ ସ୍ୱାଧୀନତା ଦିବସ ଅବସରରେ ୨ ଜଣ କାରାଗାର ଅଧିକାରୀଙ୍କୁ ‘ରାଷ୍ଟ୍ରପତିଙ୍କ ବିଶିଷ୍ଟ ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦ହଜାର ଟଙ୍କା ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛି। ସେହିପରି ୨ଜଣଙ୍କୁ ‘ରାଷ୍ଟ୍ରପତିଙ୍କ ସଂସ୍କାର ସେବା ପଦକ’ ସହ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ପ୍ରୋତ୍ସାହନ ରାଶି ଏବଂ ମାନପତ୍ର ପ୍ରଦାନ କରାଯାଇଛିା
ଆୟୋଜିତ ଉତ୍ସବରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଉପସ୍ଥିତ ରହି ସମସ୍ତଙ୍କୁଏହି ପଦକ ପ୍ରଦାନ କରିଥିଲୋ ଏହି ଅବସରରେ ସୂଚନା ପ୍ରଯୁକ୍ତି, ଇଲେକ୍‌ଟ୍ରୋନିକ୍ସ, କ୍ରୀଡା ଓ ଯୁବ ସେବା, ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା, ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ,  ଦେଓ ରଞ୍ଜନ କୁମାର ସିଂହ, ପୋଲିସ ଡିଜି  ସୁନୀଲ କୁମାର ବଂଶଲ, ଅଗ୍ନିଶମ ଡିଜି, ହୋମଗାର୍ଡ ଓ ବେସାମରିକ ପ୍ରତିରକ୍ଷା ଡ.ସୁଧାଂଶୁ କୁମାର ଷଡଙ୍ଗୀ,କାରାଗାର ଓ ସଂସ୍କାର ସେବା ଡିଜି ମନୋଜ କୁମାର ଛାବ୍ରାଙ୍କ ସହ ଗୃହ ବିଭାଗର ବରିଷ୍ଠ ଅଧିକାରୀଗଣ ଉପସ୍ଥିତ ଥିଲୋ

Hot this week

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories