www.samajalive.in
Monday, December 15, 2025
16.1 C
Bhubaneswar

ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ

ଭୁବନେଶ୍ବର: ରାଜ୍ୟରେ ସ୍ଥାୟୀ ପୋଲିସ ଚୟନ ବୋର୍ଡ ଗଠନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଏଥିରେ ଅଧ୍ୟକ୍ଷଙ୍କ ସମେତ ଦୁଇ ଜଣ ସଦସ୍ୟ ରହିବେ। ଏତଦ୍‌ବ୍ୟତୀତ ବୋର୍ଡ ଅଫିସ କାର୍ଯ୍ୟ ପରିଚାଳନା ଦିଗରେ ୨୪ଟି ପ୍ରଶାସନିକ ତଥା ଅନ୍ୟ ପଦବୀ ମଧ୍ୟ ସରକାରଙ୍କ ଅନୁମୋଦନ ଲାଭ କରିଛି।

ଏହି ବୋର୍ଡର ଅଧ୍ୟକ୍ଷ ପଦରେ ଜଣେ ସ୍ବତନ୍ତ୍ର ଡିଜି ବା ଅତିରିକ୍ତ ଡିଜି ପାହ୍ୟାର ଅଧିକାରୀଙ୍କୁ ଅବସ୍ଥାପିତ କରାଯିବ। ଦୁଇ ଜଣ ସଦସ୍ୟଙ୍କ ମଧ୍ୟରୁ ଜଣେ ଅତିରିକ୍ତ ଡିଜି ବା ଆଇ.ଜି ପାହ୍ୟାର ଅଧିକାରୀ ରହିବେ ଏବଂ ଅନ୍ୟ ଜଣେ ଡିଆଇଜି ବା ଏସପି ପାହ୍ୟାରେ ରହିବେ। ପୁଲିସ ବିଭାଗରେ ସିପାହୀଠାରୁ ଆରମ୍ଭ କରି ସବ୍‌ ଇନିସ୍‌ପେକ୍ଟର ତଥା ମିନିଷ୍ଟରିଆଲ ଷ୍ଟାଫ ନିଯୁକ୍ତି ଦାୟିତ୍ବ ଏହି ବୋର୍ଡ ସଂପାଦନ କରିବ। ଏହି ସ୍ଥାୟୀ ବୋର୍ଡ ଗଠନ ଦ୍ବାରା ପୋଲିସ ବିଭାଗର ନିଯୁକ୍ତି ପ୍ରକ୍ରିୟା ତ୍ବରାନ୍ବିତ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories