www.samajalive.in
Saturday, December 6, 2025
26.1 C
Bhubaneswar

ଏସ୍‌ଆଇ ଦୁର୍ନୀତିର ସିବିଆଇ ତଦନ୍ତ ସୁପାରିସ

ଭୁବନେଶ୍ୱର: ସାରା ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ ଏବେ ସିବିଆଇ କରିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବହୁ ଚର୍ଚ୍ଚିତ ଅପରାଧର ସିବିଆଇ ତଦନ୍ତ ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହାସହ ପୁଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ମନୋନୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ଯେ ଓଡ଼ିଶା ପୁଲିସ ସବ୍‌ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦିଆଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପୀ ଥାଇପାରେ ବୋଲି ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ତଦନ୍ତରୁ ଜଣାପଡ଼ିଛି। ଏହା ସହିତ ଏହି ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସମ୍ପୃକ୍ତି ଥିବା ନେଇ ସନ୍ଦେହ କରାଯାଉଛି। ଏ ସବୁକୁ ଦୃଷ୍ଟିରେ ରଖି ଏହି ଦୁର୍ନୀତି ଉପରୁ ପରଦା ହଟାଇବା ଏବଂ ଏଥିରେ ସମ୍ପୃକ୍ତ ସମସ୍ତ ଅପରାଧୀଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ପାଇଁ ମୁଖ୍ୟମନ୍ତ୍ରୀ
ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସିବିଆଇକୁ ଦେବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

- Advertisement -

ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ ଦଲାଲ ଓ ପରୀକ୍ଷାର୍ଥୀଙ୍କୁ ମିଶାଇ ମୋଟ ୧୨୩ ଜଣଙ୍କୁ ଗିରଫ କରାଯାଇଛି। ପୂରା ଦୁର୍ନୀତିର ମୁଖ୍ୟ କାର୍ପଟଦାର କୁହାଯାଉଥିବା ଶଙ୍କର ପୃଷ୍ଟି ଏପର୍ଯ୍ୟନ୍ତ ଫେରାର ଅଛି। କିଛି ଦିନ ତଳେ ଶଙ୍କରର ମୁଖ୍ୟ ସହଯୋଗୀ ମୁନା ମହାନ୍ତିକୁ ନୟାଗଡ଼ର ଦଶପଲ୍ଲାରୁ ଗିରଫ କରାଯାଇଥିଲା।

Hot this week

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

Related Articles

Popular Categories