www.samajalive.in
Thursday, December 11, 2025
16.1 C
Bhubaneswar

ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷଙ୍କୁ ଭେଟିଲେ ଯୁକ୍ତରାଷ୍ଟ୍ର ଆମେରିକାର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ

ଭୁବନେଶ୍ୱର: ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ବିଭାଗର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍‌ ରୁଥ୍‌ ଆଜି ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ସୁବ୍ରତ ବାଗଚୀଙ୍କୁ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜନୈତିକ ଓ ଅର୍ଥନୈତିକ ବିଶେଷଜ୍ଞ ଶିବ ପ୍ରସାଦ ତ୍ରିପାଠୀ ଶ୍ରୀ ରୁଥ୍‌ଙ୍କ ସହ ଉପସ୍ଥିତ ଥିଲେ । ଶ୍ରୀ ରୁଥ୍‌ ଏବଂ ତାଙ୍କ ସହଯୋଗୀମାନେ ଶ୍ରୀ ବାଗ୍‌ଚୀଙ୍କ ସହ ଯୁବବର୍ଗଙ୍କ ଦକ୍ଷତା ବିକାଶ ସମେତ ରାଜ୍ୟର ବୃହତ୍ତର ଅର୍ଥନୈତିକ ଓ ରାଜନୈତିକ ବିଷୟ ନେଇ ଦୀର୍ଘ ଏକ ଘଣ୍ଟାକାଳ ଆଲୋଚନା କରିଥିଲେ। ଦକ୍ଷତା ବିକାଶ କର୍ତ୍ତୃପକ୍ଷର ଅଧ୍ୟକ୍ଷ ଶ୍ରୀ ବାଗଚୀ ଅତିଥିମାନଙ୍କୁ ଓଡ଼ିଶା ପରିଦର୍ଶନ ନେଇ ଧନ୍ୟବାଦ ଜ୍ଞାପନ କରିବା ସହ ଭବିଷ୍ୟତରେ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ ସହ ସମସ୍ତ ସ୍ତରରେ ଅଧିକ ସହଯୋଗ ଏବଂ ଭାବବିନିମୟ ଜାରି ରହିବ ବୋଲି ଆଶା ପ୍ରକାଶ କରିଥିଲେ। ଶ୍ରୀ ବାଗଚୀଙ୍କ ତରଫରୁ ଶ୍ରୀ ରୁଥ୍‌ଙ୍କୁ ଓଡ଼ିଶାର ଏକ ପଟ୍ଟଚିତ୍ର ଉପହାର ଦିଆଯାଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories