ବାସୁଦେବପୁର: ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ୫ ନମ୍ବର ଓ୍ବାର୍ଡରେ ସୋମବାର ପୂର୍ବାହ୍ନରେ ପୋଷ୍ଟର ଲଗାଇବାକୁ କେନ୍ଦ୍ର କରି ବିବାଦ ଦେଖାଦେଇଛି। ଏହାକୁ ନେଇ ବିଜେପି କାଉନସିଲର ଓ ତାଙ୍କର ସମର୍ଥକଙ୍କ ଆକ୍ରମଣରେ ବିଜେଡି କର୍ମୀ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି। ଆହତ ଯୁବକ ଜଣକ ପୌରପାଳିକା ରାଧାନାଥପୁର ଗ୍ରାମର ସତ୍ୟକାନ୍ତ ନାୟକ ବୋଲି ଜଣାପଡ଼ିଛି । ତାଙ୍କୁ ବାସୁଦେବପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଭଦ୍ରକ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ସତ୍ୟକାନ୍ତ ବିଜେଡି ପୋଷ୍ଟର ଲଗାଇଥିବା କାରଣକୁ ନେଇ ବିଜେପି କାଉନସିଲର ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ପ୍ରାଥମିକ ତଦନ୍ତ ଆରମ୍ଭ କରିଥିବାବେଳେ ୫ ନମ୍ବର କାଉନସିଲ୍ରଙ୍କୁ ଥାନାରେ ଅଟକ ରଖି ତଦନ୍ତ ଚଳାଇଛି।
Popular Categories



