www.samajalive.in
Saturday, December 6, 2025
16.1 C
Bhubaneswar

୨୦ ରାଜ୍ୟର ୯୧ ଲୋକସଭା ଆସନ ପାଇଁ ମତଦାନ ଆରମ୍ଭ; ବହୁ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

ନୂଆଦିଲ୍ଲୀ: ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗୁରୁବାରଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୨୦ଟି ରାଜ୍ୟର ୯୧ ଲୋକସଭା ଆସନରେ ଭୋଟଗ୍ରହଣ ଅନୁଷ୍ଠିତ ହେଉଛି। ଏହି ରାଜ୍ୟଗୁଡ଼ିକ ମଧ୍ୟରୁ ଆନ୍ଧ୍ରପ୍ରଦେଶ, ସିକ୍କିମ ଏବଂ ଓଡ଼ିଶାରେ ଲୋକସଭା ସମେତ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ମତଦାନ ଆରମ୍ଭ ହେବା କ୍ଷଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବହୁ ସଂଖ୍ୟାରେ ଭୋଟର ବିଶେଷ କରି ନୂଆ ଭୋଟର ମାନଙ୍କୁ ଭୋଟ ଦେବାକୁ ପରାମର୍ଶ କରିଛନ୍ତି।

ଦେଶରେ ଭୋଟଗ୍ରହଣ ଆରମ୍ଭ ହେବା ପରେ ସଅଳ ମତଦାନ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତାଙ୍କ ପରିବାର। ସେହିପରି ୱାଇଏସଆର କଂଗ୍ରେସ ମୁଖ୍ୟ ଜଗନ ମୋହନ ରେଡ୍ଡୀ, ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଏବଂ ରମେଶ ପୋଖରିୟାଲ ମଧ୍ୟ ସକାଳୁ ସକାଳୁ ମତଦାନ କରିଥିବା ଦେଖାଯାଇଛି। ବିଭିନ୍ନ ଅଞ୍ଚଳରେ ସକାଳୁ ଭୋଟରମାନେ ପୋଲିଂ ବୁଥ ନିକଟରେ ଧାଡ଼ିବାନ୍ଧି ଛିଡ଼ା ହୋଇଥିବା ଦେଖିବାକୁ ମିଳିଛି।

- Advertisement -

ସୂଚନାଯୋଗ୍ୟ, ପ୍ରଥମ ପର୍ଯ୍ୟାୟରେ ଦେଶରେ ମୋଟ ୧୪ କୋଟି ୨୦ ଲକ୍ଷ ଭୋଟର ମତଦାନ କରିବା ସହ ୧୨୭୯ ଲୋକସଭା ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ଭୋଟଗ୍ରହଣ ପାଇଁ ୧ ଲକ୍ଷ ୭୦ ହଜାର ୬୬୪ ବୁଥ କରାଯାଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories