www.samajalive.in
Saturday, December 6, 2025
15.1 C
Bhubaneswar

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ଢେଙ୍କାନାଳ/ ନୟାଗଡ : ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ। ହିନ୍ଦୋଳ ବାହାଲୁଣ୍ଡା ବୁଥ୍ ନମ୍ବର ୧୩୬ରେ ଏଭଳି ଅଘଟଣ ଘଟିଛି। ଡ୍ୟୁଟି କରୁଥିବାବେଳେ ହଠାତ୍ ସେ ଅଚେତ୍ ହୋଇପଡିଥିଲେ। ତାଙ୍କୁ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ। ଏ ନେଇ ତଦନ୍ତ ଜାରି ରହିଛି। ସେପଟେ ଭୋଟ୍ ଦେବାକୁ ଆସି ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ନୟାଗଡ ଭାପୁର ବ୍ଲକ ବାଘୁଆପଲ୍ଲୀ ପଞ୍ଚାୟତ ବଳଦିଆ ନୂଆଗାଁ ଭୋଟଦାନ କେନ୍ଦ୍ରରେ ଧାହିରେ ଛିଡା ହୋଇଥିବାବେଳେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ନାଁ କୁମୁଦିନୀ ଦଳାଇ। ବୟସ ପ୍ରାୟ ୬୫ ବର୍ଷ। କୁମୁଦିନୀଙ୍କ ଘର ପଥରପୁଞ୍ଜି ଗାଁରେ। ମତଦାନ କେନ୍ଦ୍ରରେ ଛିଡା ହୋଇଥିବାବେଳେ ପ୍ରବଳ ଖରା ଗରମ ଯୋଗୁଁ ତାଙ୍କର ମୁଣ୍ଡ ବୁଲାଇଥିଲା। ଅସୁସ୍ଥ ପରେ ତାଙ୍କୁ ଖଣ୍ଡପଡା ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories