www.samajalive.in
Sunday, December 14, 2025
17.1 C
Bhubaneswar

ସରିଲା ଭୋଟ୍, ଫଳାଫଳକୁ ପ୍ରତୀକ୍ଷା

ଭୁବନେଶ୍ୱର : ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ଆଶାୟୀଙ୍କ ଭାଗ୍ୟ ଭୋଟ ବାକ୍ସରେ ବନ୍ଦ ହୋଇ ରହିଛି । ଏବେ ଫଳାଫଳକୁ ପ୍ରତୀକ୍ଷା । ଗୁରୁବାର ପଞ୍ଚମ ପର୍ଯ୍ୟାୟରେ ୨୫ ଜିଲ୍ଲାର ୧୩୧ ଜିଲ୍ଲା ପରିଷଦ ଜୋନପାଇଁ  ମତଦାନ ଶେଷ ହୋଇଛି । ପ୍ରାଥମିକ ରିପୋର୍ଟ ଅନୁସାରେ ୭୦%ରୁ ଅଧିକ ମତଦାନ ହୋଇଛି।  ଆସନ୍ତା ୨୬, ୨୭, ୨୮ରେ ଭୋଟ ଗଣନା କରାଯାଇ ଫଳାଫଳ ଘୋଷଣା କରାଯିବ। ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଜିଲ୍ଲା ପରିଷଦ ଜୋନ୍ ଅନୁଯାୟୀ ଭୋଟ ଗଣନା କରିବାକୁ ନିଷ୍ପତ୍ତି ନିଆଯାଇଛି । ପ୍ରତି ଜୋନରେ ଯେତିକି ଗ୍ରାମ ପଞ୍ଚାୟତ ରହିଛି ସେତିକି ଟେବୁଲ ରହିବ ଏବଂ କ୍ରମାଗତ ଭାବେ ଗଣନା ହେବ।  ଓଡ଼ିଆ ବର୍ଣ୍ଣମାଳା ଅନୁଯାୟୀ ପଞ୍ଚାୟତ ଗୁଡିକୁ ଟେବୁଲ ଦିଆଯିବ। ଗୋଟିଏ ଟେବୁଲରେ ଜଣେ ଗଣନା ସୁପରଭାଇଜର, ଦୁଇ ଜଣ ସହକାରୀ ଗରନା ଅଧିକାରୀ  ଏବଂ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ରହିବେ । କେଉଁ ଟିମ୍ କେଉଁ ଟେବୁଲରେ ବସିବେ ସେ ନେଇ ଗୁଳା ପଡିବ। ପରେ ଜଣେ ପ୍ରାର୍ଥୀଙ୍କ ଜଣେ ଏଜେଣ୍ଟ ରହିବେ । ଯେତେଜଣ ପ୍ରାର୍ଥୀ ସେତିକି ଟ୍ରେ ଟେବୁଲରେ ରଖାଯିବା ସହ ଆଉ ଗୋଟିଏ ଟ୍ରେ ନାକଚ ପାଇଁ ରହିବ। ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ବାଲଟ ପେପରକୁ ପ୍ରଥମେ ରଙ୍ଗ ଅନୁସାରେ ଅଲଗା କରାଯାଇ ପ୍ରଥମେ ୱାର୍ଡ ମେମ୍ବର ପରେ ସରପଞ୍ଚ ଓ ତା’ପରେ ସମିତି ସଭ୍ୟ ଏବଂ ଶେଷରେ ଜିଲ୍ଲା ପରିଷଦ ପ୍ରାର୍ଥୀଙ୍କ ଭୋଟ ଗଣନା ହେବ। ପର୍ଯ୍ୟାୟ କ୍ରମେ ବ୍ଲକ କାର୍ଯ୍ୟାଳୟରେ ଫଳାଫଳ ଘୋଷଣା କରାଯିବ ବୋଲି କକମିଶନଙ୍କ ପକ୍ଷରୁ କୁହାଯାଇଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories