www.samajalive.in
Saturday, December 6, 2025
26.1 C
Bhubaneswar

ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗୁଳିମାଡ, ଦୁର୍ବୁତ୍ତ ଫେରାର୍‌

ପୋଲସରା: ପୋଲସରା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ପଥରପାଲିରେ ଅଘଟଣ। ଗୁଳିମାଡରେ ଜଣେ ଦୁର୍ଦ୍ଦାନ୍ତ ଅପରାଧୀରଙ୍କର ମୃତ୍ୟୁ ଘଟିଛି। ମୃତକ ଲକ୍ଷ୍ମୀ ନାରାୟଣ ପାଇକରାୟ ବୋଲି ଜଣାପଡିଛି। ସୂଚନା ଅନୁସାରେ ଲକ୍ଷ୍ମୀନାରାୟଣ ବାଇକ୍ ଯୋଗେ ନିଜ ଗାଁ ଆଠଗଡ଼ପାଟଣା ଅଭିମୁଖେ ଫେରିବା ସମୟରେ କିଛି ଦୁର୍ବୁତ୍ତ ତାଙ୍କ ଉପରକୁ ଗୁଳିମାଡ କରିଥିଲେ। ଦୁର୍ବୁତ୍ତମାନେ ଗୁଳିମାଡ କରି ଫେରାର୍‌ ହୋଇଯାଇଥିଲେ। ହେଲେ ଘଟଣାସ୍ଥଳରେ ଲକ୍ଷ୍ମୀ ନାରାୟଣଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ପର୍ଯ୍ୟନ୍ତ ଗୁଳିମାଡ ସମ୍ପର୍କରେ ସୂଚନା ମିଳିନି। ଖବର ପାଇ କବିସୂର୍ଯ୍ୟନଗର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ମୃତ ବ୍ୟକ୍ତିଙ୍କ ନାଁରେ ଏକାଧିକ ଅପରାଧିକ ମାମଲା ଥିବା ଜଣାପଡିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories