www.samajalive.in
Monday, December 8, 2025
17.1 C
Bhubaneswar

ବିଭିନ୍ନ ଆସନ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ମୁଖ୍ୟମନ୍ତ୍ରୀ, ପ୍ରଫୁଲ ଘଡ଼ାଇଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର : ପ୍ରଫୁଲ ଘଡ଼ାଇଙ୍କୁ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ନୂଆ ଦାୟିତ୍ୱ ଦେଇଛନ୍ତି। ତିନି ବିଧାନସଭା ମଣ୍ଡଳୀ ଖୋର୍ଦ୍ଧା, ରଣପୁର ଓ ଚିଲିକା ପାଇଁ ତାଙ୍କୁ ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଛନ୍ତି।
ସେହିଭଳି ହିନ୍ଦୋଳ ପାଇଁ ରବି ନାରାୟଣ ନନ୍ଦଙ୍କୁ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ନିରଞ୍ଜନ ପୂଜାରୀ ଓ ଅର୍କେଶ ସିଂହଦେଓଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ଦଳ ଦାୟିତ୍ୱ ଦେଇଛି। ସୁଶାନ୍ତ ସିଂହଙ୍କୁ କୁଚିଣ୍ଡା ପର୍ଯ୍ୟବେକ୍ଷକ ,ସିଦ୍ଧେଶ୍ୱର ପ୍ରସାଦ ମିଶ୍ରଙ୍କୁ ଢେଙ୍କାନାଳ ସହ ପର୍ଯ୍ୟବେକ୍ଷକ, ଜୁଗଳ ନାୟକଙ୍କୁ କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଛନ୍ତି। ସେହିଭଳି ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ ଏବଂ ପ୍ରକାଶ ଦାସଙ୍କୁ ରାଜ୍ୟ ସାଧାରଣ ସଂପାଦକର ଦାୟିତ୍ୱ ଓ ମନୋଜ ନାୟକଙ୍କୁ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ସହ ପର୍ଯ୍ୟବେକ୍ଷକ ଭାବେ ବିଜେଡ଼ି ସୁପ୍ରିମୋ ନିଯୁକ୍ତ କରିଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories