www.samajalive.in
Monday, December 15, 2025
15.1 C
Bhubaneswar

ଲୋକପ୍ରିୟ ଓଡ଼ିଆ ଗାୟିକା ତପୁ ମିଶ୍ରଙ୍କର ପରଲୋକ

ଭୁବନେଶ୍ୱର : ଲୋକପ୍ରିୟ ଓଡ଼ିଆ କଣ୍ଠ ଶିଳ୍ପୀ ତପୁ ମିଶ୍ରଙ୍କର ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। କିଛିଦିନ ତଳେ କରୋନା ସଂକ୍ରମିତ ହୋଇ ଥିଲେ ସେ ସୁସ୍ଥ ହେବା ପରେ ତାଙ୍କର ଫୁସଫୁସ ସଂକ୍ରମଣ ହୋଇଥିଲା। ଜଣେ ଆଗଧାଡିର ଗାୟିକା ଭାବେ ସେ ଓଡ଼ିଆ ଫିଲ୍ମ ଜଗତରେ ସୁନାମ ଅର୍ଜନ କରିଥିଲେ। ଦୀର୍ଘ ୨୦ ବର୍ଷ ଧରି ସେ ଓଡ଼ିଆ ଫିଲ୍ମ ଜଗତରେ ଜଣେ ଲୋକପ୍ରିୟ ଗାୟିକା ଭାବେ ପରିଚିତ ଥିଲେ। ତପୁ ମିଶ୍ରଙ୍କ ବିୟୋଗରେ ଓଡ଼ିଆ ଫିଲ୍ମ ଓ ସଙ୍ଗୀତ ଜଗତରେ ଶୋକର ଛାୟା ଖେଳିଯାଇଛି।

ନିକଟରେ ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ତପୁଙ୍କ ଚିକିତ୍ସା ପାଇଁ ଏକ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରା ଯାଇଥିଲା। କିନ୍ତୁ ସମସ୍ତ ପ୍ରକାର ପ୍ରୟାସ ସତ୍ୱେ ତପୁ ଜୀବନ ଯୁଦ୍ଧରେ ହାରିଗଲେ। ‘କୁଳନନ୍ଦନ’ ଫିଲ୍ମରୁ ସେ ନିଜର କ୍ୟାରିୟର ଆରମ୍ଭ କରିଥିଲେ। ପ୍ରାୟ ୧୫୦ଟି ଫିଲ୍ମରେ ତପୁ ଗୀତ ଗାଇଥିଲେ। ‘ଆଇ ଲଭ ୟୁ’ ଓ ‘ଚକୋଲେଟ’ ଭଳି ହିଟ୍‍ ଫିଲ୍ମରେ ଗୀତ ଗାଇ ସେ ଲୋକପ୍ରିୟତାର ଶୀର୍ଷରେ ପହଞ୍ଚିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories