www.samajalive.in
Sunday, December 14, 2025
17.1 C
Bhubaneswar

ବିଦ୍ୟାଳୟରେ ପୋଷାକ ବିତରଣ

ତିଗିରିଆ :  ତିଗିରିଆ ବ୍ଲକ ପାଞ୍ଚଗାଁ ତଳସାହି ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବିତରଣ କରାଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଲକ୍ଷ୍ମୀଧର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପୋଷାକ ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପରିଷଦ ସଭ୍ୟ ସଞ୍ଜୟ ମଲ୍ଲିକ ଏବଂ ସମ୍ମାନୀତ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ ନିରଞ୍ଜନ ଦଳେଇ, ଉପସଭାପତି ମମତା ମାଝୀ ଯୋଗ ଦେଇଥିଲେ। ଏହି ଅବସରରେ ସାଧନ ସଂଯୋଜକ ଚନ୍ଦ୍ରକାନ୍ତ ମିଶ୍ର ଯୋଗଦେଇ ପିଲାମାନଙ୍କ ପାଇଁ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଉଥିବା ବିଭିନ୍ନ ସୁବିଧାଗୁଡ଼ିକ ଉପରେ ଆଲୋକପାତ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅକ୍ଷୟ କୁମାର ପ୍ରଧାନଙ୍କ ସଂଯୋଜନାରେ ପୋଷାକ ବିତରଣ କରାଯାଇଥିଲା । ଏଥିରେ ସହକାରୀ ଶିକ୍ଷକ ପ୍ରତାପ ପ୍ରଧାନ, ଶ୍ରୀନିବାସ ବେହେରା ଏବଂ ଶିକ୍ଷୟିତ୍ରୀ ଅନୁପମା ବେହେରାଙ୍କ ସେମତ ପରିଚାଳନା କମିଟିର ସମସ୍ତ ସଦସ୍ୟ ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories