www.samajalive.in
Saturday, December 6, 2025
23.1 C
Bhubaneswar

ନାଫେଡ ମାଧ୍ୟମରେ ଉତ୍ତରପ୍ରଦେଶରୁ ଆସିବ ଆଳୁ

ଭୁବନେଶ୍ୱର : ରାଜ୍ୟରେ ଆଳୁ ସଙ୍କଟ ଦୂର କରିବା ପାଇଁ ସରକାର ବିଧିବଦ୍ଧ ଭାବେ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ରାଜ୍ୟ ସରକାର ନାଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟିମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେବେ । ଏହାଦ୍ୱାରା ଖାଉଟିମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ତିନି ଶହ ମେଟ୍ରିକ ଟନ ଆଳୁ ପାଇଁ ନାଫେଡ ମାଧ୍ୟମରେ ଅର୍ଡର ପ୍ରଦାନ କରାଯାଇଛି । ଏହା ଆସନ୍ତା ସପ୍ତାହକ ମଧ୍ୟରେ ରାଜ୍ୟରେ ଉପଲବ୍ଧ ହେବ । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା, ସମ୍ବଲପୁର ଓ ବ୍ରହ୍ମପୁରରେ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି ।  ବିକ୍ରୟ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories