www.samajalive.in
Saturday, December 6, 2025
23.1 C
Bhubaneswar

ସୀମାରେ ଅଟକିଲା ଶତାଧିକ ଆଳୁ ବୋଝେଇ ଟ୍ରକ

ଭୁବନେଶ୍ଵର: ପୁଣି ଅଟକିଲା ଆଳୁ  ଗାଡ଼ି ।  ଓଡ଼ିଶା-ପଶ୍ଚିମବଙ୍ଗ ସୀମାରେ ଶହ ଶହ  ଆଳୁ ବୋଝେଇ ଟ୍ରକ ଅଟକି ରହିଥିବା ଦେଇବାକୁ ମିଳିଛି। ବୁଧବାର ରାତିରୁ ପଶ୍ଚିମ ମେଦିନୀପୁର ଜିଲ୍ଲାର ସମସ୍ତ ନାକା ଯାଞ୍ଚ କରାଯାଇଛି। ଆନ୍ତଃ ରାଜ୍ୟ ସୀମା ଦେଇ ଆଳୁ ଅନ୍ୟ ରାଜ୍ୟକୁ ଚାଲାଣ ବନ୍ଦ କରାଯାଇଛି। ରାଜ୍ୟରେ ଆଳୁର ମୂଲ୍ୟ ହ୍ରାସ ନହେବାରୁ ରାଜ୍ୟରେ ଉତ୍ପାଦିତ ଆଳୁକୁ ଗ୍ରାହକ ଅଧିକ ମୂଲ୍ୟରେ କିଣିବାକୁ ପଡୁଛି । ତେଣୁ ଆଳୁ ଦର ହ୍ରାସ ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ପ୍ରଶାସନ ଅନ୍ୟ ରାଜ୍ୟକୁ ମଧ୍ୟ ଆଳୁ ରପ୍ତାନି ବନ୍ଦ କରିଦେଇଥିବା ଜଣାଯାଇଛି।  ବେଲଦା, ଦାତନ, ସୋନାକୋଣିଆ ନାକାରେ ବି ଆଳୁ ଟ୍ରକ୍ ଅଟକାଯାଇଥିବା ସୂଚନା ମିଳିଛି। ସେପଟେ ପଶ୍ଚିମବଙ୍ଗରୁ ଆଳୁ ଆସିବା ବନ୍ଦ ହେବା ଖବର ପ୍ରଚାର ହେବା କ୍ଷଣି ହଠାତ୍ ଓଡିଶା ବଜାରରେ ଆଳୁ ଦର ବୃଦ୍ଧି ହେବା ସଙ୍ଗେ ସଙ୍ଗେ କଳାବଜାରୀ ହେବାର ଆଶଙ୍କା ଦେଖାଦେଇଛି। ଲଗାତାର ଭାବେ ଆଳୁ ଦର ଅହେତୁକ ମାତ୍ରାରେ ବୃଦ୍ଧି ହେବା ଯୋଗୁଁ ଖାଉଟି ମାନେ ନାନା ଅସୁବିଧାର ଶିକାର ହେଉଛନ୍ତି। ତେଣୁ ଏହାକୁ ଦୃଷ୍ଟିରେ ରଖି ସରକାର ଆଳୁ ସମସ୍ୟାର ସମାଧାନ ନେଇ ଯଥାଶୀଘ୍ର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବା ନେଇ ଦାବି କରିଛନ୍ତି ଓଡିଆ ଅସ୍ମିତା ପରିଷଦର ଆବାହକ।

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories