www.samajalive.in
Sunday, December 7, 2025
26.1 C
Bhubaneswar

ଆଜି ପୌଷ ପୂର୍ଣ୍ଣିମା: ସୁନାବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ

ପୁରୀ: ଆଜି ପବିତ୍ର ପୌଷ ପୂର୍ଣ୍ଣିମା। ଏହି ଅବସରରେ ଆଜି ଭକ୍ତ ମାନଙ୍କୁ ସୁନା ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। ଶ୍ରୀ ବଳଭଦ୍ର, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରା ରାଜ ରାଜେଶ୍ଵର ବେଶରେ ବିଭୂଷିତ ହୋଇଛନ୍ତି । ସକାଳ ଧୂପ ସରିବା ପରେ ଏହି ବେଶ ଅନୁଷ୍ଠିତ ହେଉଛି। ଗତକାଲିଠାରୁ ଜଳ ଅଧିବାସ ସରିଥିବାବେଳେ ଆଜି ସେହି ଜଳରେ ସମସ୍ତ ନୀତିକାନ୍ତି ସମ୍ପନ୍ନ ହୋଇଛି। ସକାଳ ଧୂପ ପରେ ମହାପ୍ରଭୁଙ୍କୁ ମହଣ ମହଣ ସୁନା ଅଳଙ୍କାର ସଜ୍ଜିତ କରାଯାଇଛି। ରାତିରେ ବଡସିଂହାର ବେଶ ସମୟରେ ହିଁ ନବାଙ୍କ ବେଶ ସମ୍ପନ୍ନ ହେବ। ଆସନ୍ତାକାଲି (ମଙ୍ଗଳବାର) ମକର ସଂକ୍ରାନ୍ତି ରହିଛି। ଏହି ଅବସରରେ ମହାପ୍ରଭୁଙ୍କ ନିକଟରେ ମକର ଚାଉଳ ଓ ଧନୁମୁଆଁ ଭୋଗ କରାଯିବାର ପରମ୍ପରା ରହିଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories