www.samajalive.in
Sunday, December 7, 2025
18.1 C
Bhubaneswar

ଭବାନୀପାଟଣାରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ ପର୍ବ ଆୟୋଜିତ

ଭବାନୀପାଟଣା :  ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉଦ୍ଦେଶ୍ୟରେ କଳାହାଣ୍ଡି ଜିଲ୍ଲା ସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ସ୍ଥାନୀୟ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ, ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡ଼ା ଙ୍କ ସମେତ ଶିକ୍ଷା ବିଭାଗର ଅନେକ ଅଧିକାରୀ ଏବଂ ଶିକ୍ଷକ, ଶିକ୍ଷୟତ୍ରୀ ଯୋଗ ଦେଇଥିଲେ। ଏହି ଅବସରରେ ବାପୁଜୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ବାଟିକା ଏବଂ ପ୍ରଥମ ଶ୍ରେଣୀରେ ୨୧ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଥିଲେ। ନୂତନ ଛାତ୍ରଛାତ୍ରୀଙ୍କୁ ଫୁଲ ଓ ତିଳକ ଦେଇ ସ୍ବାଗତ କରାଯାଇଥିବାବେଳେ ଜିଲ୍ଲାପାଳ ସେମାନଙ୍କୁ ସରକାରଙ୍କ ପ୍ରଦତ୍ତ କିଟ୍ ପ୍ରଦାନ କରିଥିଲେ। ଛାତ୍ରଛାତ୍ରୀମାନଙ୍କ ଦ୍ଵାରା ସାକ୍ଷରତା, ସଂଖ୍ୟାଜ୍ଞାନ ଓ ସୃଜନୀ ଷ୍ଟଲ୍ ପ୍ରଦର୍ଶିତ ହୋଇଥିଲା। ଏହି ଅବସରରେ ଜିଲ୍ଲାପାଳ ସଚେତନତା ରଥର ଶୁଭାରମ୍ଭ କରିଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories