ଭୁବନେଶ୍ୱର: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରେ ସାମିଲ ହୋଇଛନ୍ତି। ସୋମବାର କଂଗ୍ରେସ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ସେ କଂଗ୍ରେସରେ ଯୋଗ ଦେଇଛନ୍ତି । ପ୍ରବୋଧଙ୍କ ସହ ଏକାଧିକ ଲୋକ ଆଜି କଂଗ୍ରେସରେ ମିଶିଛନ୍ତି। ରାହୁଲ ଗାନ୍ଧୀଙ୍କ ଆର୍ଦଶରେ ଅନୁପ୍ରାଣିତ ହୋଇ କଂଗ୍ରେସ ଦଳରେ ସାମିଲ ହୋଇଥିବା କହିଛନ୍ତି ପ୍ରବୋଧ।
ଏହି ମିଶ୍ରଣ ପର୍ବରେ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଭାରୀ ଚେଲା କୁମାର, ବିଧାୟକ ସୁରେଶ ରାଉତରାୟ, ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।



