ହରଭଙ୍ଗା : ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ। ଶନିବାର ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀର ହରଭଙ୍ଗା ବ୍ଲକର ସାମ୍ପୋଚ ପଞ୍ଚାୟତରେ ବିଜେଡି ନିଜର ଶକ୍ତି ପ୍ରଦର୍ଶନ କରିଛି। ସାମ୍ପୋଚ ପଂଚାୟତ ହେଡ଼କ୍ୱାର୍ଟରରୁ ଏକ ବିଶାଳ ବାଇକ ଶୋଭାଯାତ୍ରା ବାହାରିଥିଲା। ୭ନମ୍ବର ଜୋନ ଜିଲ୍ଲାପରିଷଦ ସଭ୍ୟ ବିଶ୍ୱଜିତ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶତାଧିକ ବିଜେଡି କର୍ମୀ ବାଇକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ବୌଦ୍ଧ ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଦୀପ କୁମାର ଅମାତ ପଂଚାୟତ ପରିକ୍ରମା କରି ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିଥିଲେ।
Popular Categories



