www.samajalive.in
Wednesday, December 10, 2025
26.1 C
Bhubaneswar

ପ୍ରଦୀପ ଜେନା ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ପ୍ରଦୀପ କୁମାର ଜେନା ରାଜ୍ୟର ପରବର୍ତ୍ତୀ ନୂଆ ମୁଖ୍ୟ ଶାସନ ସଚିବ ନିଯୁକ୍ତ ହୋଇଛନ୍ତି। ମାର୍ଚ୍ଚ ୧ ତାରିଖରୁ ସେ ଏହି ଦାୟିତ୍ବ ଗ୍ରହଣ କରିବେ। ଏନେଇ ରବିବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।

୧୯୮୯ ବ୍ୟାଚର ଆଇଏଏସ୍‌ ଅଧିକାରୀ ପ୍ରଦୀପ ଜେନା ବର୍ତ୍ତମାନ ସ୍ବତନ୍ତ୍ର ରିଲିଫ୍‌ କମିଶନର(ଏସଆରସି) ଦାୟିତ୍ବରେ ଅଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଫେବୃଆରୀ ୨୮ରେ ଅବସର ନେବେ। ଏହା ପୂର୍ବରୁ ଆଜି ନୂଆ ସିଏସଙ୍କ ନାମ ପ୍ରକାଶ ପାଇଛି।

- Advertisement -

ଅପରପକ୍ଷେ, ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ଅନୁ ଗର୍ଗ ନୂଆ ଉନ୍ନୟନ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ପ୍ରଦୀପ ଜେନାଙ୍କୁ ପଦୋନ୍ନତି ମିଳିବା ପରେ ତାଙ୍କୁ ନୂଆ ଦାୟିତ୍ବ ମିଳିଛି। ଜଳସମ୍ପଦ ସଚିବ ସହ ଉନ୍ନୟନ କମିଶନର ଦାୟିତ୍ବ ତୁଲାଇବେ ଅନୁ ଗର୍ଗ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories