www.samajalive.in
Monday, December 15, 2025
16.1 C
Bhubaneswar

ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ନେଲେ ପ୍ରଦୀପ ଜେନା

ଭୁବନେଶ୍ୱର : ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)ର ଅଧ୍ୟକ୍ଷ ଭାବେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍‌ପାଟି। ମଙ୍ଗଳବାର ରାଜଭବନର ନ୍ୟୁ ଅଭିଷେକ ହଲ୍‌ଠାରେ ଆୟୋଜିତ ଉତ୍ସବରେ ରାଜ୍ୟପାଳ ଡ. କମ୍ଭମ୍‌ପାଟି ଶ୍ରୀ ଜେନାଙ୍କୁ ଓଇଆରସିର ଅଧ୍ୟକ୍ଷ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଶ୍ରୀ ଜେନା ପୂର୍ବରୁ ଓଡ଼ିଶା ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦପଦବୀରେ ତଥା ମୁଖ୍ୟ ଶାସନ ସଚିବ ଭାବେ ଦକ୍ଷତାର ସହ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ଶପଥ ପାଠ ଗ୍ରହଣ ସମାରୋହରେ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଶକ୍ତି ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ରାଜ୍ୟପାଳଙ୍କ ପ୍ରମୁଖ ଶାସନ ସଚିବ ଏନ୍‌ବିଏସ୍ ରାଜପୁତଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗୀୟ ଶାସନ ସଚିବ ତଥା ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories