www.samajalive.in
Friday, December 12, 2025
15.1 C
Bhubaneswar

ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ

ବାଙ୍କୀ : ଡମପଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ସୋମବାର ଦିନ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ସଞ୍ଜୟ କୁମାର ଦାଶଙ୍କ ସୂଚନା କ୍ରମରେ ସ୍ତ୍ରୀ ଓ ପ୍ରସୂତୀ ବିଭାଗ ଡାକ୍ତର ନୃସିଂହ ଚରଣ ବେହେରା ଗର୍ଭବତୀ ମହିଳା ମାନଙ୍କର ପରୀକ୍ଷା କରି ଚିକିତ୍ସା ସେବା ଯୋଗାଇ ଦେଇଥିଲେ । କେନ୍ଦ୍ରର ଭାରପ୍ରାପ୍ତ ଅଧିକ୍ଷିକା ଡାକ୍ତର ପୁଷ୍ପଲତା ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ୪୫ଜଣ ଗର୍ଭବତୀ ସ୍ୱାସ୍ଥ୍ୟ ପରୀକ୍ଷା କରି ଆବଶ୍ୟକୀୟ ପରାମର୍ଶ ଗ୍ରହଣ କରିଥିଲେ । ଲାବ୍ରୋଟାରି ଟେକନିସିଆନ ମାନଶ୍ରୀ ମହାପାତ୍ର, ପବିତ୍ର ମୋହନ ପଣ୍ଡା, ସ୍ୱାସ୍ଥ୍ୟ ପରିଦର୍ଶକ ରବିନାରାୟଣ ବେହେରା, ମହିଳା ସ୍ୱାସ୍ଥ୍ୟ କର୍ମୀ ଦୀଡପ୍ତିମୟୀ ସେଠୀ, ଟିକିନା ଦାସ, ସୋନାଲି ସାହୁ, ଆଶାରାଣୀ ଡାଙ୍ଗ ପ୍ରମୁଖ ସହଯୋଗ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories