www.samajalive.in
Monday, December 15, 2025
27.1 C
Bhubaneswar

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୬ ରାଜ୍ୟକୁ ୨ ଲକ୍ଷ ୪୨ ହଜାର ବାସଗୃହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ୬ଟି ରାଜ୍ୟରେ ୨ ଲକ୍ଷ ୪୨ ହଜାର ବାସଗୃହ ନିର୍ମାଣକୁ ଅନୁମୋଦନ ପ୍ରଦାନ କରିଛି। ସେହି ରାଜ୍ୟଗୁଡ଼ିକ ମଧ୍ୟରେ ଆନ୍ଧ୍ରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ତ୍ରିପୁରା, ତାମିଲନାଡୁ ଓ ପଶ୍ଚିମବଙ୍ଗ ରହିଛି। ଆଜି ନୂଆଦିଲ୍ଲୀରେ ଅନୁଷ୍ଠିତ କେନ୍ଦ୍ରୀୟ ମଞ୍ଜୁରୀ ଓ ତଦାରଖ କମିଟିର ୬୦ତମ ବୈଠକରେ ଏହି ମଞ୍ଜୁରୀ ମିଳିଛି। ଏହାକୁ ମିଶାଇ ଏହି ମିଶନ ଅଧୀନରେ ମଞ୍ଜୁରୀ ମିଳିଥିବା ବାସଗୃହ ସଂଖ୍ୟା ୧ କୋଟି ୧୭ ଲକ୍ଷ ଅତିକ୍ରମ କରିଛି। ସେଥି ମଧ୍ୟରୁ ୯୫ ଲକ୍ଷ ବାସଗୃହର ନିର୍ମାଣ କାର୍ଯ୍ୟ ଚାଲିଛି।

ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ୫୬ ଲକ୍ଷ ବାସଗୃହର ନିର୍ମାଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇ ହିତାଧିକାରୀମାନଙ୍କୁ ହସ୍ତାନ୍ତର କରାଯାଇଛି। ଏହି ମିଶନ ଅଧୀନରେ ୭ ଲକ୍ଷ ୭୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହୋଇଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories